ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ନୂଆ କମିଟି ଗଠନ କଲା ବିଜୁ ଜନତା ଦଳ

0

ଭୁବନେଶ୍ବର: ବିଜେଡି ସଭାପତି ନବୀନ ପଟ୍ଟନାୟକ ରାଜ୍ୟରେ ଦଳର ବିଭିନ୍ନ କାର୍ଯ୍ୟ କଳାପର ରାଜ୍ୟସ୍ତରୀୟ ସଂଯୋଜକ କମିଟି ଗଠନ କରି ସୋମବାର ନାମ ଘୋଷଣା କରିଛନ୍ତି। ବିଭିନ୍ନ କାର୍ଯ୍ୟକ୍ରମର ପରିଚାଳନା ପାଇଁ ବିଜେଡି ୧୫ଜଣିଆ କମିଟି ଗଠନ କରିଛି। ବରିଷ୍ଠ ନେତାମାନଙ୍କୁ ନେଇ ଗଢାଯାଇଥିବା ଏହି କମିଟି ରାଜ୍ୟବ୍ୟାପୀ ବିଜୁ ଜନତା ଦଳର ବିଭିନ୍ନ କାର୍ଯ୍ୟକ୍ରମର ସମନ୍ବୟ ରକ୍ଷା ନିମନ୍ତେ କାର୍ଯ୍ୟ କରିବ ବୋଲି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି। ବିଜେଡିର ବରିଷ୍ଠ ନେତା ଦେବୀ ମିଶ୍ର କମିଟିର ଚେୟାରମ୍ୟାନ ହୋଇଛନ୍ତି।

ଏହି କମିଟିର ଅଧ୍ୟକ୍ଷ ଭାବେ ଦେବୀପ୍ରସାଦ ମିଶ୍ର ରହିଥିବାବେଳେ ପ୍ରମିଳା ମଲ୍ଲିକ, ନିରଞ୍ଜନ ପୂଜାରୀ, ବିକ୍ରମକେଶରୀ ଆରୁଖ, ପ୍ରତାପ କେଶରୀ ଦେବ, ପ୍ରଦୀପ କୁମାର ଅମାତ୍‌, ଅରୁଣ କୁମାର ସାହୁ, ଅଶ୍ୱିନୀ କୁମାର ପାତ୍ର, ପ୍ରତାପ ଜେନା, ଶାରଦା ପ୍ରସାଦ ନାୟକ, ସୁଦାମ ମାରାଣ୍ଡି, ମନୋହର ରନ୍ଧାରୀ, ସ୍ନେହାଙ୍ଗିନୀ ଛୁରିଆ, ମହେଶ ସାହୁ ଓ ଦେବେଶ ଆଚାର୍ଯ୍ୟ ସଦସ୍ୟ ଅଛନ୍ତି। ତେବେ ଏହି କମିଟିରେ ପ୍ରଣବପ୍ରକାଶ ଦାସ ଓରଫ ବବି ଓ ତାଙ୍କର କିଛି ଅନୁଗତଙ୍କୁ ଦୂରେଇ ରଖାଯାଇଛି। ଦଳର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ , ସଞ୍ଜୟ ଦାସବର୍ମା, ଅତନୁ ସବ୍ୟସାଚୀ ନାୟକ, ଅଶୋକ ପଣ୍ଡା, ପ୍ରଫୁଲ୍ଲ ସାମଲଙ୍କ ଭଳି ନେତାମାନଙ୍କୁ ମଧ୍ୟ ଏହି କମିଟିରେ ସାମିଲ କରାଯାଇନାହିଁ।

Leave A Reply

Your email address will not be published.