ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

କେଜରିୱାଲଙ୍କ ଅଭିଯୋଗକୁ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ

0

ନୂଆଦିଲ୍ଲୀ: ପୁଣି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଲାଗିଲା ଝଟକା। ସୋମବାର ଦିଲ୍ଲୀ ହାଇକୋର୍ଟ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଅଭିଯୋଗକୁ ଖାରଜ କରିଦେଇଛନ୍ତି। ମଦ ଦୁର୍ନୀତିରେ ସିବିଆଇ ମାମଲାରେ ହାଇକୋର୍ଟ ଏହି ନିଷ୍ପତ୍ତି ଦେଇଛନ୍ତି। ଜଷ୍ଟିସ ନୀନା ବନସଲ କୃଷ୍ଣଙ୍କ ବେଞ୍ଚ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନରେ ମୁକ୍ତ ହେବା ପାଇଁ ଟ୍ରାଏଲ କୋର୍ଟ ନିକଟକୁ ଯିବାକୁ କହିଥିଲେ। ସିବିଆଇ ମାମଲାରେ ଏଏପି ନେତାଙ୍କ ଜାମିନ ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟ ତାଙ୍କ ନିଷ୍ପତ୍ତି ସଂରକ୍ଷିତ ରଖିଥିଲେ। ଏହାପୂର୍ବରୁ ସିବିଆଇ ଦିଲ୍ଲୀର ଏକ ସ୍ବତନ୍ତ୍ର କୋର୍ଟରେ ଏଏପି ସୁପ୍ରିମୋ ତଥା ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରିଥିଲା।

ଅନ୍ୟପକ୍ଷରେ, ମନି ଲଣ୍ଡରିଂ ମାମଲାରେ ଇଡି ଏକ ଚାର୍ଜସିଟ ଦାଖଲ କରିସାରିଛି ଯେଉଁଥିରେ ଆମ ଆଦମୀ ପାର୍ଟି ଏବଂ ଏହାର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଅଭିଯୋଗ ହୋଇଛି। ଜୁଲାଇ ୧୨ରେ ସୁପ୍ରିମକୋର୍ଟ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ପଞ୍ଜୀକୃତ ହୋଇଥିବା ମନି ଲଣ୍ଡରିଂ ମାମଲାରେ ମଧ୍ୟବର୍ତ୍ତୀକାଳୀନ ଜାମିନରେ ସିଏମ କେଜରିୱାଲଙ୍କୁ ମୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ସିବିଆଇ ଗିରଫ ହେବା ପରେ ସେ ଜେଲରୁ ବାହାରି ପାରିନଥିଲେ।

Leave A Reply

Your email address will not be published.