ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

କେଜରିୱାଲଙ୍କ ଅଭିଯୋଗକୁ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ

0

ନୂଆଦିଲ୍ଲୀ: ପୁଣି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଲାଗିଲା ଝଟକା। ସୋମବାର ଦିଲ୍ଲୀ ହାଇକୋର୍ଟ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଅଭିଯୋଗକୁ ଖାରଜ କରିଦେଇଛନ୍ତି। ମଦ ଦୁର୍ନୀତିରେ ସିବିଆଇ ମାମଲାରେ ହାଇକୋର୍ଟ ଏହି ନିଷ୍ପତ୍ତି ଦେଇଛନ୍ତି। ଜଷ୍ଟିସ ନୀନା ବନସଲ କୃଷ୍ଣଙ୍କ ବେଞ୍ଚ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନରେ ମୁକ୍ତ ହେବା ପାଇଁ ଟ୍ରାଏଲ କୋର୍ଟ ନିକଟକୁ ଯିବାକୁ କହିଥିଲେ। ସିବିଆଇ ମାମଲାରେ ଏଏପି ନେତାଙ୍କ ଜାମିନ ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟ ତାଙ୍କ ନିଷ୍ପତ୍ତି ସଂରକ୍ଷିତ ରଖିଥିଲେ। ଏହାପୂର୍ବରୁ ସିବିଆଇ ଦିଲ୍ଲୀର ଏକ ସ୍ବତନ୍ତ୍ର କୋର୍ଟରେ ଏଏପି ସୁପ୍ରିମୋ ତଥା ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରିଥିଲା।

ଅନ୍ୟପକ୍ଷରେ, ମନି ଲଣ୍ଡରିଂ ମାମଲାରେ ଇଡି ଏକ ଚାର୍ଜସିଟ ଦାଖଲ କରିସାରିଛି ଯେଉଁଥିରେ ଆମ ଆଦମୀ ପାର୍ଟି ଏବଂ ଏହାର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଅଭିଯୋଗ ହୋଇଛି। ଜୁଲାଇ ୧୨ରେ ସୁପ୍ରିମକୋର୍ଟ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ପଞ୍ଜୀକୃତ ହୋଇଥିବା ମନି ଲଣ୍ଡରିଂ ମାମଲାରେ ମଧ୍ୟବର୍ତ୍ତୀକାଳୀନ ଜାମିନରେ ସିଏମ କେଜରିୱାଲଙ୍କୁ ମୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ସିବିଆଇ ଗିରଫ ହେବା ପରେ ସେ ଜେଲରୁ ବାହାରି ପାରିନଥିଲେ।

Leave A Reply

Your email address will not be published.