ବଲାଙ୍ଗୀର: ବଲାଙ୍ଗୀରରେ ନୂଆଁଖାଇ ପାଇଁ ଧାର୍ଯ୍ୟ ହେଲା ଲଗ୍ନ । ବଲାଙ୍ଗୀର ଜିଲ୍ଲା ଜ୍ୟୋତିଷ ପଣ୍ଡିତ ମହାସଭା ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟି ଦ୍ୱାରା ଧାର୍ଯ୍ୟ ହେଲା ଲଗ୍ନ । ଆସନ୍ତା ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ସେପ୍ଟେମ୍ବର ୮ ତାରିଖ ରବିବାର ଲାଗିହେବ ନବାନ୍ନ।
ବିଶୁଦ୍ଧ ତୁଳା ଲଗ୍ନେ ଶୁଭବେଳା ଦିନ ୯ ଘଣ୍ଟା ୩୫ ମିନିଟରୁ ୧୦ ଘଣ୍ଟା ୭ ମିନିଟ ମଧ୍ୟରେ ଲାଗି ହେବ ନବାନ୍ନ । ମା’ଙ୍କ ପାଖେ ନବାନ୍ନ ଲାଗି ହେବା ପରେ ନୂଆ ଖାଇବେ ଲୋକ। ପାଟଣା ଷ୍ଟେଟ ତଥା ମହାରାଜାଙ୍କ ଇଷ୍ଟଦେବୀ ମାଁ ପାଟଣେଶ୍ୱରୀ ମାଁ ସମଲେଶ୍ବରୀଙ୍କ ରାଶି ନକ୍ଷତ୍ର ଆନୁଯାଇ ଧାର୍ଯ୍ୟ ହୋଇଛି ଲଗ୍ନ। ଏନେଇ ସୂଚନା ଦେଇଛନ୍ତି ରାଜ ପୁରୋହିତ ସନ୍ତୋଷ କୁମାର ଦାସ ।
ପ୍ରମୁଖ ଖବର
ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ