ପ୍ରମୁଖ ଖବର

ପୁରୀ ଜିଲ୍ଲାପାଳଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା, ଜବାବ ତଲବ କଲେ ହାଇକୋର୍ଟ
ଅଦାଲତ ଅବମାନନା ମାମଲାରୁ ଉଷା ପାଢ଼ୀଙ୍କୁ ମିଳିଲା ଆଶ୍ୱସ୍ତି
ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ
ବ୍ୟାନ ହେବନି ପାନ ମସଲା: ସ୍ପଷ୍ଟୀକରଣ ରଖିଲା ସ୍ବାସ୍ଥ୍ୟ ବିଭାଗ
ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର
ଖୁବ୍‌ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା : ଆଇନ ମନ୍ତ୍ରୀ
ମା’ ବିରଜାଙ୍କ ଆଶୀର୍ବାଦ ନେବେ ରାଷ୍ଟ୍ରପତି, ନାଭିଗୟାରେ କରିବେ ପିଣ୍ଡଦାନ

ଝାରସୁଗୁଡ଼ାରେ ଗ୍ୟାସ୍‌ ଲିକ୍‌

0

ଝାରସୁଗୁଡା: ଝାରସୁଗୁଡା ବୁଢୀପଦର ଓଡିଶା ମେଟାଲିକ୍ସ ପ୍ରାଇଭେଟ ଲିମିଟେଡ଼ କାରଖାନାରେ ବଡ଼ ଅଘଟଣ। କାର୍ବନ ମନୋକ୍ସସାଇଡ ଗ୍ୟାସ ଲିକ କରିବାରୁ ୫ଜଣ ଶ୍ରମିକ ଗୁରୁତର ହୋଇଛନ୍ତି। ଜଣେ ଶ୍ରମିକ ମୃତ ହୋଇଥିବା ଜଣାପଡିଛି। ସମସ୍ତ ଗୁରୁତର ମାନଙ୍କୁ ଝାରସଗୁଡା ଏକ ଘରୋଇ ମେଡିକାଲରେରେ ଭର୍ତ୍ତି କରାଯାଇଛି। ମୃତକ ହେଲେ ବ୍ରଜରାଜନଗରର ବରୁଣ ପ୍ରଧାନ। ସେ ଜଣେ ଠିକା ଶ୍ରମିକ ଭାବେ କାମ କରୁଥିଲେ।

ଦୁର୍ଘଟଣା ପରେ କାରଖାନା ପରିସରରେ ଶ୍ରମିକଙ୍କ ମଧ୍ୟରେ ଚାପା ଉତ୍ତେଜନା ସୃଷ୍ଟି ହୋଇଛି। ଶ୍ରମିକ ମାନେ କାରଖାନାର ମୁଖ୍ୟ ଫାଟକରେ ତାଲା ପକାଇ ଦେଇଛନ୍ତି। ମୃତକଙ୍କ ପରିବାରକୁ ୫୦ ଲକ୍ଷ କ୍ଷତିପୂରଣ ରାଶି ସହିତ ମାସିକ ୨୦ ହଜାର ଟଙ୍କା ପାଇଁ ଦାବି କରିଛନ୍ତି ।କେଉଁ ପରିସ୍ଥିତିରେ କାରଖାନାରୁ ଗ୍ୟାସ୍‌ ଲିକ୍‌ ହେଲା ସେନେଇ ତଦନ୍ତ ଆରମ୍ଭ ହୋଇଛି।

Leave A Reply

Your email address will not be published.