ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ଝାରସୁଗୁଡ଼ାରେ ଗ୍ୟାସ୍‌ ଲିକ୍‌

0

ଝାରସୁଗୁଡା: ଝାରସୁଗୁଡା ବୁଢୀପଦର ଓଡିଶା ମେଟାଲିକ୍ସ ପ୍ରାଇଭେଟ ଲିମିଟେଡ଼ କାରଖାନାରେ ବଡ଼ ଅଘଟଣ। କାର୍ବନ ମନୋକ୍ସସାଇଡ ଗ୍ୟାସ ଲିକ କରିବାରୁ ୫ଜଣ ଶ୍ରମିକ ଗୁରୁତର ହୋଇଛନ୍ତି। ଜଣେ ଶ୍ରମିକ ମୃତ ହୋଇଥିବା ଜଣାପଡିଛି। ସମସ୍ତ ଗୁରୁତର ମାନଙ୍କୁ ଝାରସଗୁଡା ଏକ ଘରୋଇ ମେଡିକାଲରେରେ ଭର୍ତ୍ତି କରାଯାଇଛି। ମୃତକ ହେଲେ ବ୍ରଜରାଜନଗରର ବରୁଣ ପ୍ରଧାନ। ସେ ଜଣେ ଠିକା ଶ୍ରମିକ ଭାବେ କାମ କରୁଥିଲେ।

ଦୁର୍ଘଟଣା ପରେ କାରଖାନା ପରିସରରେ ଶ୍ରମିକଙ୍କ ମଧ୍ୟରେ ଚାପା ଉତ୍ତେଜନା ସୃଷ୍ଟି ହୋଇଛି। ଶ୍ରମିକ ମାନେ କାରଖାନାର ମୁଖ୍ୟ ଫାଟକରେ ତାଲା ପକାଇ ଦେଇଛନ୍ତି। ମୃତକଙ୍କ ପରିବାରକୁ ୫୦ ଲକ୍ଷ କ୍ଷତିପୂରଣ ରାଶି ସହିତ ମାସିକ ୨୦ ହଜାର ଟଙ୍କା ପାଇଁ ଦାବି କରିଛନ୍ତି ।କେଉଁ ପରିସ୍ଥିତିରେ କାରଖାନାରୁ ଗ୍ୟାସ୍‌ ଲିକ୍‌ ହେଲା ସେନେଇ ତଦନ୍ତ ଆରମ୍ଭ ହୋଇଛି।

Leave A Reply

Your email address will not be published.