ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ପ୍ୟାରିସ ଅଲିମ୍ପିକ୍ସ ଫାଇନାଲରେ ନୀରଜ

0

ପ୍ୟାରିସ: ପ୍ୟାରିସ ଅଲିମ୍ପିକ୍ସରେ କମାଲ କରିଛନ୍ତି ଗୋଲ୍ଡେନ ବୟ ନୀରଜ ଚୋପ୍ରା। ଜାଭେଲିନ ଥ୍ରୋ ଇଭେଣ୍ଟରେ ଫାଇନାଲକୁ ପ୍ରବେଶ କଲେ ନୀରଜ । ଅଲିମ୍ପିକ୍ସ ଜାଭେଲିନ୍‌ ଥ୍ରୋରେ ଫାଇନାଲରେ ମଙ୍ଗଳବାର ନୀରଜ ଚୋପ୍ରା ପହଞ୍ଚିଛନ୍ତି। ନୀରଜ ଦେଶକୁ ଗୌରାବନ୍ୱିତ କରିଛନ୍ତି। ସେ ପ୍ରଥମ ପ୍ରୟାସରେ ୮୯.୩୪ ମିଟର ଦୂରତାକୁ ଜାଭେଲିନ ଫିଙ୍ଗିଛନ୍ତି। ଏହି ଗ୍ରୁପରେ ଫାଇନାଲକୁ ଯୋଗ୍ୟତା ଅର୍ଜନ ପାଇଁ ୮୪ ମିଟର ଦୂରତା ଧାର୍ଯ୍ୟ କରାଯାଇଥିଲା।

ଭାରତର ଷ୍ଟାର ଜାଭେଲିନ୍ ଥ୍ରୋୟର ନୀରଜ ଚୋପ୍ରା ଚମତ୍କାର ପ୍ରଦର୍ଶନ କରିଛନ୍ତି। ଭାରତର ସୁନା ପୁଅ ନୀରଜ ନିଜର ପ୍ରଥମ ଥ୍ରୋରେ ଯୋଗ୍ୟତା ମାର୍କ ଅତିକ୍ରମ କରି ଫାଇନାଲରେ ପ୍ରବେଶ କରିଛନ୍ତି। ନୀରଜ ୮୯.୩୪ ମିଟର ଦୂରକୁ ଜାଭେଲିନ ଫିଙ୍ଗି ନିଜର ଅଲିମ୍ପିକ୍ସ କ୍ୟାରିୟରର ଶ୍ରେଷ୍ଠ ଥ୍ରୋ କରିଛନ୍ତି। ପୁରୁଷ ଜାଭେଲିନ୍ ଥ୍ରୋ ଇଭେଣ୍ଟର ଯୋଗ୍ୟତା ପର୍ଯ୍ୟାୟରେ ଭାରତର ସୁନା ପୁଅ ନୀରଜ ଚୋପ୍ରା ନିଜ ପ୍ରଥମ ପ୍ରୟାସରେ ହିଁ ୮୯.୩୪ ମିଟର ଦୂରକୁ ଚମତ୍କାର ଥ୍ରୋ କରିଥିଲେ। ଫଳସ୍ୱରୂପ, ସେ ସହଜରେ ଯୋଗ୍ୟତା ମାର୍କ ଅତିକ୍ରମ କରି କ୍ରମାଗତ ଦ୍ବିତୀୟ ଥର ପାଇଁ ଅଲିମ୍ପିକ୍ସ ଫାଇନାଲରେ ପ୍ରବେଶ କରିଛନ୍ତି।

ଟୋକିଓ ଚାମ୍ପିଅନ୍ ନୀରଜ ଚୋପ୍ରା ପ୍ୟାରିସ୍‌ରୁ ମଧ୍ୟ ସ୍ବର୍ଣ୍ଣ ଆଣିବେ ବୋଲି କୋଟି ଭାରତୀୟ ଆଶା ରଖିଛନ୍ତି। ନୀରଜଙ୍କ ଶ୍ରେଷ୍ଠ ପ୍ରଦର୍ଶନ ହେଉଛି ୮୯.୯୪ ମିଟର। ସେ ଚଳିତ ଅଲିମ୍ପିକ୍ସରେ ୯୦ ମିଟର ଦୂରତା ଅତିକ୍ରମ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଏହି ଦିଗରରେ ବର୍ତ୍ତମାନ ନୀରଜ ଉଦ୍ୟମ ଆରମ୍ଭ କରିଦେଇଛନ୍ତି। ନୀରଜଙ୍କ ଜାଭେଲିନ ଥ୍ରୋ ଫାଇନାଲ ଆସନ୍ତା ୮ ତାରିଖରେ ହେବ।

Leave A Reply

Your email address will not be published.