ପ୍ରମୁଖ ଖବର

ଜିଲ୍ଲାପାଳମାନଙ୍କୁ ସିଏମ ମୋହନ ମାଝୀଙ୍କ ୯ଟି ଟାସ୍କ: ଦୁର୍ନୀତି ହଟାଅ, ସଚ୍ଚୋଟ ହୁଅ
ଜଗତସିଂହପୁରର ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ୍ ନିକଟସ୍ଥ ଏକ ଘରୋଇ ମେସରୁ ମଙ୍ଗଳବାର ଦିନ ଜଣେ କଲେଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୬ ମାଓବାଦୀ ନିହତ

ପୁଣି ବଢ଼ିଲା ଆଳୁ ଦର

0

ଭୁବନେଶ୍ବର: ପୁଣି ରାଜ୍ୟରେ ଆଳୁ ସଙ୍କଟ ଦେଖାଦେଇଛି। ଆଳୁ ଦର ଆକାଶ ଛୁଆଁ ହୋଇଛି। ଆଳୁକୁ ନେଇ ଏବେ ମଧ୍ୟ ଟେନ୍‌ସନ ଲାଗି ରହିଥିବା ବେଳେ କଟକ ଓ ଭୁବନେଶ୍ୱରରେ ଆଳୁ ଗୋଦାମ ଆଳୁ ନାହିଁ। ଫଳରେ ଟୁଇନ୍‌ ସିଟିରେ ଆଳୁ କେଜି ଦିନକରେ ୨୦ରୁ ୨୫ ଟଙ୍କା ବଢ଼ି ଯାଇଛି। ବଜାରରେ ଆଳୁ ମିଳୁ ନ ଥିବା ବେଳେ କାଁ ଭାଁ ଯେଉଁଠି ଅଛି କିଲୋ ପିଛା ୬୦ ଟଙ୍କାରେ ବିକ୍ରି ହେଉଛି।

କଟକରେ ମଧ୍ୟ ସମାନ ଅବସ୍ଥା ଦେଖିବାକୁ ମିଳିଛି । କଟକ ଛତ୍ରବଜାରକୁ ଆଜି ଆସି ପାରିନି ଆଳୁ ଗାଡ଼ି। ଫଳରେ ଆଳୁ ଦର ପୁଣି ବଢିବା ନେଇ ଆଶଙ୍କା ପ୍ରକାଶ ପାଇଛି। କଟକରେ ଆଳୁ ଦର କିଲୋ ପିଛା ୬୦ ଟଙ୍କା ଯାଏଁ ପହଞ୍ଚିଲାଣି।ପଶ୍ଚିମବଙ୍ଗ ଏବେ ମଧ୍ୟ ଆଳୁଗାଡ଼ି ଓଡ଼ିଶାକୁ ଛାଡ଼ୁ ନ ଥିବା ବେଳେ ଉତ୍ତରପ୍ରଦେଶ ଆଳୁର ଦାମ ଅଧିକ ଥିବା ବେଳେ ଚାହିଦା ନାହିଁ। ଏଥିସହ ଉତ୍ତରପ୍ରଦେଶରୁ ଆବଶ୍ୟକ ମୁତାବକ ଆଳୁ ଗାଡ଼ି ରାଜ୍ୟରେ ଠିକ ସମୟରେ ପହଞ୍ଚି ପାରୁନି।ଏହାର ସିଧା ପ୍ରଭାବ ଓ ବଜାର ଉପରେ ପଡ଼ୁଛି।

Leave A Reply

Your email address will not be published.