ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ପୁଣି ବଢ଼ିଲା ଆଳୁ ଦର

0

ଭୁବନେଶ୍ବର: ପୁଣି ରାଜ୍ୟରେ ଆଳୁ ସଙ୍କଟ ଦେଖାଦେଇଛି। ଆଳୁ ଦର ଆକାଶ ଛୁଆଁ ହୋଇଛି। ଆଳୁକୁ ନେଇ ଏବେ ମଧ୍ୟ ଟେନ୍‌ସନ ଲାଗି ରହିଥିବା ବେଳେ କଟକ ଓ ଭୁବନେଶ୍ୱରରେ ଆଳୁ ଗୋଦାମ ଆଳୁ ନାହିଁ। ଫଳରେ ଟୁଇନ୍‌ ସିଟିରେ ଆଳୁ କେଜି ଦିନକରେ ୨୦ରୁ ୨୫ ଟଙ୍କା ବଢ଼ି ଯାଇଛି। ବଜାରରେ ଆଳୁ ମିଳୁ ନ ଥିବା ବେଳେ କାଁ ଭାଁ ଯେଉଁଠି ଅଛି କିଲୋ ପିଛା ୬୦ ଟଙ୍କାରେ ବିକ୍ରି ହେଉଛି।

କଟକରେ ମଧ୍ୟ ସମାନ ଅବସ୍ଥା ଦେଖିବାକୁ ମିଳିଛି । କଟକ ଛତ୍ରବଜାରକୁ ଆଜି ଆସି ପାରିନି ଆଳୁ ଗାଡ଼ି। ଫଳରେ ଆଳୁ ଦର ପୁଣି ବଢିବା ନେଇ ଆଶଙ୍କା ପ୍ରକାଶ ପାଇଛି। କଟକରେ ଆଳୁ ଦର କିଲୋ ପିଛା ୬୦ ଟଙ୍କା ଯାଏଁ ପହଞ୍ଚିଲାଣି।ପଶ୍ଚିମବଙ୍ଗ ଏବେ ମଧ୍ୟ ଆଳୁଗାଡ଼ି ଓଡ଼ିଶାକୁ ଛାଡ଼ୁ ନ ଥିବା ବେଳେ ଉତ୍ତରପ୍ରଦେଶ ଆଳୁର ଦାମ ଅଧିକ ଥିବା ବେଳେ ଚାହିଦା ନାହିଁ। ଏଥିସହ ଉତ୍ତରପ୍ରଦେଶରୁ ଆବଶ୍ୟକ ମୁତାବକ ଆଳୁ ଗାଡ଼ି ରାଜ୍ୟରେ ଠିକ ସମୟରେ ପହଞ୍ଚି ପାରୁନି।ଏହାର ସିଧା ପ୍ରଭାବ ଓ ବଜାର ଉପରେ ପଡ଼ୁଛି।

Leave A Reply

Your email address will not be published.