ଭୁବନେଶ୍ବର: ନୟାଗଡ଼ ବିଧାୟକ ଅରୁଣ ସାହୁଙ୍କ ପାଇଁ ବଢ଼ିଲା ଅଡ଼ୁଆ। ବିଧାୟକଙ୍କୁ ନୋଟିସ୍ ଜାରି କରିଛନ୍ତି ହାଇକୋର୍ଟ। ନିର୍ବାଚନ ସତ୍ୟପାଠରେ ସମ୍ପତ୍ତି ଭୁଲ ଦର୍ଶାଇଥିବା ଅଭିଯୋଗରେ ତାଙ୍କୁ ଏହି ନୋଟିସ୍ ଜାରି ହୋଇଥିବା ଜଣାପଡ଼ିଛି। ସତ୍ୟପାଠରେ ସମ୍ପତ୍ତି ଭୁଲ ଦର୍ଶାଇଥିବା ନେଇ ଅରୁଣ ସାହୁଙ୍କ ବିରୋଧରେ ବିଜେପି ପ୍ରାର୍ଥୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂହ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ। ମାମଲାକୁ ଗ୍ରହଣ କରି ଏବେ ଅରୁଣ ସାହୁଙ୍କୁ ନୋଟିସ୍ ଜାରି କରିଛନ୍ତି ଉଚ୍ଚ ନ୍ୟାୟାଳୟ। ଆସନ୍ତା ଅଗଷ୍ଟ ୨୮ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ପ୍ରମୁଖ ଖବର
ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ