ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ

0

ନୂଆ ଦିଲ୍ଲୀ: ରାଜ୍ୟସଭା ଉପ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ। ରାଜ୍ୟସଭା ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ଏନେଇ ସୂଚନା ଦେଇଛନ୍ତି ଇଲେକ୍ସନ କମିଶନର। ଖାଲିଥିବା ୧୨ଟି ଆସନ ପାଇଁ ହେବ ଉପନିର୍ବାଚନ। ଉପନିର୍ବାଚନ ପାଇଁ ଅଗଷ୍ଟ ୧୪ରେ ପ୍ରକାଶ ପାଇବ ବିଜ୍ଞପ୍ତି। ଅଗଷ୍ଟ ୨୧ ନାମାଙ୍କନ ଦାଖଲର ଶେଷ ଦିବସl ତେବେ ଆବଶ୍ୟକ ପଡ଼ିଲେ ସେପ୍ଟେମ୍ବର ୩ରେ ହେବ ଭୋଟ ଗ୍ରହଣ।

ସୂଚନା ଅନୁସାରେ, ଓଡ଼ିଶାର ଖାଲି ଥିବା ଗୋଟିଏ ଆସନ ପାଇଁ ହେବ ଉପନିର୍ବାଚନ। ମମତା ମହାନ୍ତଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ଓଡ଼ିଶାର ଗୋଟିଏ ଆସନ। ଏପଟେ ବିଜେପି ପୁଣି ଥରେ ମମତାଙ୍କୁ ରାଜ୍ୟସଭାକୁ ପଠାଇବାକୁ ଯୋଜନା କରୁଥିବା ବେଳେ ଅନ୍ୟପଟେ ବିଜେଡି ବବି ଦାସଙ୍କୁ ରାଜ୍ୟସଭାକୁ ପଠାଇବ ବୋଲି ଚର୍ଚ୍ଚା ହେଉଛି।

ସୂଚନାଯୋଗ୍ୟ ଯେ, ଗତ ଜୁଲାଇ ୩୧ ତାରିଖରେ ବିଜେଡି ଏବଂ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଥିଲେ ମମତା ମହାନ୍ତ। ଯାହାକୁ ନେଇ ନିଜ ଏକ୍ସ ହ୍ୟାଣ୍ଡେଲରେ ସୂଚନା ଦେଇଥିଲେ ମମତା। ବିଜେଡି ଛାଡିବାର ଗୋଟିଏ ଦିନ ପରେ ବିଜେପିରେ ସାମିଲ ହୋଇଥିଲେ ମମତା। ବିଜେପି ଦିଲ୍ଲୀ ମୁଖ୍ୟାଳୟରେ ବିଜେପି କର୍ମକର୍ତ୍ତାଙ୍କ ଉପସ୍ଥିତିରେ ପଦ୍ମ ଧରିଥିଲେ ମମତା।

Leave A Reply

Your email address will not be published.