ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ

0

ନୂଆ ଦିଲ୍ଲୀ: ରାଜ୍ୟସଭା ଉପ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ। ରାଜ୍ୟସଭା ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ଏନେଇ ସୂଚନା ଦେଇଛନ୍ତି ଇଲେକ୍ସନ କମିଶନର। ଖାଲିଥିବା ୧୨ଟି ଆସନ ପାଇଁ ହେବ ଉପନିର୍ବାଚନ। ଉପନିର୍ବାଚନ ପାଇଁ ଅଗଷ୍ଟ ୧୪ରେ ପ୍ରକାଶ ପାଇବ ବିଜ୍ଞପ୍ତି। ଅଗଷ୍ଟ ୨୧ ନାମାଙ୍କନ ଦାଖଲର ଶେଷ ଦିବସl ତେବେ ଆବଶ୍ୟକ ପଡ଼ିଲେ ସେପ୍ଟେମ୍ବର ୩ରେ ହେବ ଭୋଟ ଗ୍ରହଣ।

ସୂଚନା ଅନୁସାରେ, ଓଡ଼ିଶାର ଖାଲି ଥିବା ଗୋଟିଏ ଆସନ ପାଇଁ ହେବ ଉପନିର୍ବାଚନ। ମମତା ମହାନ୍ତଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ଓଡ଼ିଶାର ଗୋଟିଏ ଆସନ। ଏପଟେ ବିଜେପି ପୁଣି ଥରେ ମମତାଙ୍କୁ ରାଜ୍ୟସଭାକୁ ପଠାଇବାକୁ ଯୋଜନା କରୁଥିବା ବେଳେ ଅନ୍ୟପଟେ ବିଜେଡି ବବି ଦାସଙ୍କୁ ରାଜ୍ୟସଭାକୁ ପଠାଇବ ବୋଲି ଚର୍ଚ୍ଚା ହେଉଛି।

ସୂଚନାଯୋଗ୍ୟ ଯେ, ଗତ ଜୁଲାଇ ୩୧ ତାରିଖରେ ବିଜେଡି ଏବଂ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଥିଲେ ମମତା ମହାନ୍ତ। ଯାହାକୁ ନେଇ ନିଜ ଏକ୍ସ ହ୍ୟାଣ୍ଡେଲରେ ସୂଚନା ଦେଇଥିଲେ ମମତା। ବିଜେଡି ଛାଡିବାର ଗୋଟିଏ ଦିନ ପରେ ବିଜେପିରେ ସାମିଲ ହୋଇଥିଲେ ମମତା। ବିଜେପି ଦିଲ୍ଲୀ ମୁଖ୍ୟାଳୟରେ ବିଜେପି କର୍ମକର୍ତ୍ତାଙ୍କ ଉପସ୍ଥିତିରେ ପଦ୍ମ ଧରିଥିଲେ ମମତା।

Leave A Reply

Your email address will not be published.