ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

ଜାମ୍ମୁକାଶ୍ମୀର ଡିଜିପି ହେଲେ ଓଡ଼ିଶାର ରଶ୍ମିରଞ୍ଜନ ସ୍ୱାଇଁ

0

ଜାମ୍ମୁକାଶ୍ମୀର: ଜାମ୍ମୁକାଶ୍ମୀର ପୋଲିସ୍ ପ୍ରଶାସନର ମୁଖିଆ ଭାର ଗ୍ରହଣ କଲେ ଓଡିଆ ପୁଅ । ଓଡ଼ିଶାର ରାଉଲକେଲା ନିବାସୀ ରଶ୍ମିରଞ୍ଜନ ସ୍ୱାଇଁ ଜାମ୍ମୁକାଶ୍ମୀର ଡିଜିପି ଭାବେ ନିଯୁକ୍ତି ହୋଇଛନ୍ତି । ଏଜିଏମୟୁଟି କ୍ୟାଡରର ଓଡ଼ିଆ ଆଇପିଏସ୍‌ ରଶ୍ମୀରଂଜନ ସ୍ୱାଇଁଙ୍କ ନିଯୁକ୍ତି ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି ।

ତେବେ ଜାମ୍ମୁ କାଶ୍ମୀରରେ ବର୍ତ୍ତମାନ ସ୍ଥିତି ଗମ୍ଭୀର ଥିବା ବେଳେ ଆଇପିଏସ୍ ରଶ୍ମି ରଞ୍ଜନ ସ୍ବାଇଁଙ୍କୁ ଏହାର ଦାୟିତ୍ବ ଭାର ଦେଇଛନ୍ତି ସରକାର । ଓଡିଶା ରାଉଲକେଲା ନିବାସୀ ରଶ୍ମିରଞ୍ଜନ ସେପ୍‌ଟେମ୍ବର ୩୦ ପର୍ଯ୍ୟନ୍ତ ଡିଜି ଭାବେ କାର୍ଯ୍ୟକରିବେ ।

୧୯୯୧ ବ୍ୟାଚର ଆଇପିଏସ୍ ଅଫିସର ରଶ୍ମୀରଞ୍ଜନ ସ୍ୱାଇଁ ବର୍ତ୍ତମାନ ଜାମ୍ମୁକାଶ୍ମୀରର କାର୍ଯ୍ୟକାରୀ ଡିଜିପି ଭାବେ କାର୍ଯ୍ୟ କରୁଥିଲେ। ତେବେ

ଆଜି ତାଙ୍କୁ ଡିଜିପି ଭାବେ ଦାୟିତ୍ବ ପ୍ରଦାନ କରାଯାଇଛି। ତେବେ ଗୃହ ମନ୍ତ୍ରାଳୟ ବିଜ୍ଞପ୍ତି ମୁତାବକ ଆସନ୍ତା ସେପ୍ଟେମ୍ବର ୩୦ ତାରିଖ ଯାଏଁ ସେ ଏହି ଦାୟିତ୍ୱରେ ରହିବେ । ଜାମ୍ମୁକାଶ୍ମୀରର ଡିଜିପି ହେବା ପୂର୍ବରୁ ସେ ଶ୍ରୀନଗର ଓ ଜମ୍ମୁରେ ଏସଏସପି ମଧ୍ୟ ରହିସାରିଛନ୍ତି । ୨୦୦୧ରୁ ୨୦୦୩ ପର୍ଯ୍ୟନ୍ତ ସେ ଶ୍ରୀନଗର ଓ ୨୦୦୩ରୁ ୨୦୦୪ ପର୍ଯ୍ୟନ୍ତ ସେ ଜମ୍ମୁରେ ଏସଏସପି ଦାୟିତ୍ୱରେ ଥିଲେ ।

Leave A Reply

Your email address will not be published.