ପ୍ରମୁଖ ଖବର

ସରକାରୀ ବାସଭବନ ନ ଛାଡିବା ନେଇ ସ୍ପଷ୍ଟିକରଣ ରଖିଲେ ପୂର୍ବତନ ସିଜେଆଇ ଚନ୍ଦ୍ରଚୂଡ
ପ୍ରବଳ ବର୍ଷା ଯୋଗୁଁ ବନ୍ଦ ହେଲା କେଦାରନାଥ ଯାତ୍ରା
ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ
ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ମେଧା ତାଲିକା, ଆଗରେ ରେଭେନ୍ସା
ବିଜେପି ରାଜ୍ୟ ସଭାପତି ହେବେ ମନମୋହନ, ଭରିଲେ ନାମାଙ୍କନ
ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ମାଓବାଦୀ ନେତା ସୋଡ଼ି କନ୍ନା ନିହତ

୨ ସବ୍‌ରେଜିଷ୍ଟ୍ରାର ନିଲମ୍ବିତ

0

ଭୁବନେଶ୍ୱର: ରାଜ୍ୟ ସରକାର ୨ ଜଣ ସବ୍‌-ରେଜିଷ୍ଟ୍ରାରଙ୍କୁ ବୁଧବାର ଚାକିରିରୁ ନିଲମ୍ବିତ କରିଛନ୍ତି। ଜମି ବିକ୍ରିରେ ବେଆଇନ କାରବାର କରିବା ଅଭିଯୋଗରେ ରାଜ୍ୟ ସରକାର ଆଜି ଜଗତପୁର ଓ ପିପିଲି ସବରେଜିଷ୍ଟ୍ରାରଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ଏହି ଦୁଇ ଅଫିସରଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି।

ସୂଚନାନୁଯାୟୀ , ଜଗତପୁରରେ କାର୍ଯ୍ୟରତ ସବ୍‌-ରେଜିଷ୍ଟ୍ରାର ଆର୍ଯ୍ୟଦୀପ୍ତ ଅରଣ୍ୟକ ସାମନ୍ତରାୟଙ୍କୁ ଜମି ବିକ୍ରିରେ ବେଆଇନ କାରବାର ପାଇଁ ଚାକିରିରୁ ନିଲମ୍ବନ କରାଯାଇଛି। ରାଜ୍ୟ ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ତାଙ୍କ ବିରୋଧରେ ଏହି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନିଲମ୍ବନ ନ ହଟିବା ପର୍ଯ୍ୟନ୍ତ ସେ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଉପସ୍ଥାନ ଦେବେ। ଏଥିସହ ବିନା ଅନୁମତିରେ କୌଣସି ପ୍ରକାର ଛୁଟି ନେଇ ପାରିବେ ନାହିଁ।

ସେହିପରି ସବ୍‌-ରେଜିଷ୍ଟ୍ରାର ଦାୟିତ୍ୱରେ ଥିବା ପିପିଲିର ଅତିରିକ୍ତ ତହସିଲଦାର ନବକିଶୋର ପାତ୍ର ଜମିଜମା ରେଜିଷ୍ଟ୍ରେଶନ୍‌ରେ ଅନିୟମିତତା କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି। ରାଜ୍ୟ ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ତାଙ୍କ ବିରୋଧରେ ଏହି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନିଲମ୍ବନ ନ ହଟିବା ପର୍ଯ୍ୟନ୍ତ ପାତ୍ର ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟରେ ଉପସ୍ଥାନ ଦେବେ। ଏଥିସହ ବିନା ଅନୁମତିରେ କୌଣସି ପ୍ରକାର ଛୁଟି ନେଇପାରିବେ ନାହିଁ ବୋଲି ରାଜସ୍ବ ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶନାମାରେ ଉଲ୍ଲେଖ କରାଯାଇଛି।

କଟକ ଓ ଭୁବନେଶ୍ୱର ସହରର ପାଶ୍ୱର୍ରେ ଥିବା ଏହି ଦୁଇ ତହସିଲ ଅଂଚଳରେ ଜମି କିଣାବିକା ବ୍ୟାପକ ଭାବେ ବଢ଼ିଥିବାବେଳେ ସବରେଜିଷ୍ଟ୍ରାରଙ୍କୁ ଧରି ଜମି ମାଫିଆମାନେ ବେଆଇନ କାର୍ଯ୍ୟ କରୁଥିବା ଜଣାପଡ଼ିଛି।

Leave A Reply

Your email address will not be published.