ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

୨ ସବ୍‌ରେଜିଷ୍ଟ୍ରାର ନିଲମ୍ବିତ

0

ଭୁବନେଶ୍ୱର: ରାଜ୍ୟ ସରକାର ୨ ଜଣ ସବ୍‌-ରେଜିଷ୍ଟ୍ରାରଙ୍କୁ ବୁଧବାର ଚାକିରିରୁ ନିଲମ୍ବିତ କରିଛନ୍ତି। ଜମି ବିକ୍ରିରେ ବେଆଇନ କାରବାର କରିବା ଅଭିଯୋଗରେ ରାଜ୍ୟ ସରକାର ଆଜି ଜଗତପୁର ଓ ପିପିଲି ସବରେଜିଷ୍ଟ୍ରାରଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ଏହି ଦୁଇ ଅଫିସରଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି।

ସୂଚନାନୁଯାୟୀ , ଜଗତପୁରରେ କାର୍ଯ୍ୟରତ ସବ୍‌-ରେଜିଷ୍ଟ୍ରାର ଆର୍ଯ୍ୟଦୀପ୍ତ ଅରଣ୍ୟକ ସାମନ୍ତରାୟଙ୍କୁ ଜମି ବିକ୍ରିରେ ବେଆଇନ କାରବାର ପାଇଁ ଚାକିରିରୁ ନିଲମ୍ବନ କରାଯାଇଛି। ରାଜ୍ୟ ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ତାଙ୍କ ବିରୋଧରେ ଏହି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନିଲମ୍ବନ ନ ହଟିବା ପର୍ଯ୍ୟନ୍ତ ସେ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଉପସ୍ଥାନ ଦେବେ। ଏଥିସହ ବିନା ଅନୁମତିରେ କୌଣସି ପ୍ରକାର ଛୁଟି ନେଇ ପାରିବେ ନାହିଁ।

ସେହିପରି ସବ୍‌-ରେଜିଷ୍ଟ୍ରାର ଦାୟିତ୍ୱରେ ଥିବା ପିପିଲିର ଅତିରିକ୍ତ ତହସିଲଦାର ନବକିଶୋର ପାତ୍ର ଜମିଜମା ରେଜିଷ୍ଟ୍ରେଶନ୍‌ରେ ଅନିୟମିତତା କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି। ରାଜ୍ୟ ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ତାଙ୍କ ବିରୋଧରେ ଏହି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନିଲମ୍ବନ ନ ହଟିବା ପର୍ଯ୍ୟନ୍ତ ପାତ୍ର ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟରେ ଉପସ୍ଥାନ ଦେବେ। ଏଥିସହ ବିନା ଅନୁମତିରେ କୌଣସି ପ୍ରକାର ଛୁଟି ନେଇପାରିବେ ନାହିଁ ବୋଲି ରାଜସ୍ବ ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶନାମାରେ ଉଲ୍ଲେଖ କରାଯାଇଛି।

କଟକ ଓ ଭୁବନେଶ୍ୱର ସହରର ପାଶ୍ୱର୍ରେ ଥିବା ଏହି ଦୁଇ ତହସିଲ ଅଂଚଳରେ ଜମି କିଣାବିକା ବ୍ୟାପକ ଭାବେ ବଢ଼ିଥିବାବେଳେ ସବରେଜିଷ୍ଟ୍ରାରଙ୍କୁ ଧରି ଜମି ମାଫିଆମାନେ ବେଆଇନ କାର୍ଯ୍ୟ କରୁଥିବା ଜଣାପଡ଼ିଛି।

Leave A Reply

Your email address will not be published.