ପ୍ରମୁଖ ଖବର

କଂଗ୍ରେସ ନିଜ ବିଫଳତା ପାଇଁ ଦେଶକୁ ବଦନାମ କରୁଛି : ମୋଦୀ
ସଡ଼କ ଦୁର୍ଘଟଣାରେ ଓଡ଼ିଶାର ଦୁଇ ପ୍ରତିଭାବାନ ଯୁବ ଆଥଲେଟ୍‌ଙ୍କ ମୃତ୍ୟୁ
ଡ୍ରାଇଭିଂ ଲାଇସେନ୍ସ ପାଇଁ ୭୫% ନମ୍ବର ବାଧ୍ୟତାମୂଳକ କରିବାକୁ ପ୍ରସ୍ତାବ
ସାଉଦି ଏୟାରପୋର୍ଟରେ ମିସାଇଲ ମାଡ଼, ଜଣେ ଭାରତୀୟଙ୍କ ସମେତ ୨ ମୃତ
ଛତିଶଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା, ୬ ମୃତ; ୩୦ରୁ ଅଧିକ ଆହତ
ଏସିଆନ୍ ପାରା ଗେମ୍ସରେ ଚମକିଲେ ଓଡ଼ିଆ ଝିଅ ଜୟନ୍ତୀ, ଜିତିଲେ ରୌପ୍ୟ
ଏବେ ଟ୍ରେନ୍‌ରେ ବସି ଅର୍ଡର କରିପାରିବେ ଆବଶ୍ୟକ ସାମଗ୍ରୀ, ବ୍ଲିଙ୍କିଟ୍‌ ସହ ରେଳବାଇର ସହଭାଗିତା
ଉତ୍ତରପ୍ରଦେଶରେ ଭାଜପାକୁ ଝଟ୍‌କା, ଦଳ ଛାଡ଼ିଲେ ପୂର୍ବତନ ବିଧାୟକ

ଏବେ କିଲୋ ୩୦ ଟଙ୍କାରେ ନାଫେଡ ଯୋଗାଇବା ଆଳୁ

0

ଭୁବନେଶ୍ବର: ରାଜ୍ୟ ସରକାର ଏବେ ନାଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟି ମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେବେ। ରାଜ୍ୟରେ ଉପୁଜିଥିବା ଆଳୁ ସଙ୍କଟ ଦୂର କରିବା ପାଇଁ ସରକାର ବିଧିବଦ୍ଧ ଭାବେ ନିଷ୍ପତ୍ତି ଗ୍ରହଣ କରିଛନ୍ତି ଏହାଦ୍ୱାରା ଖାଉଟି ମାନଙ୍କୁ ସୁଲଭ ଦରରେ ଆଳୁ ଉପଲବ୍ଧ କରାଇବା ସହ ରାଜ୍ୟରେ ଆଳୁ ସଙ୍କଟ ଦୂର ହୋଇପାରିବ ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର।

ଶ୍ରୀ ପାତ୍ର ଆହୁରି ମଧ୍ୟ କହିଛନ୍ତି ଯେ, ଏଥି ପାଇଁ ପ୍ରଥମ ପର୍ଯ୍ୟାୟରେ ତିନି ଶହ ମେଟ୍ରିକ ଟନ ଆଳୁ ପାଇଁ ନାଫେଡ ମାଧ୍ୟମରେ ଅର୍ଡର ପ୍ରଦାନ କରାଯାଇଛି। ଆସନ୍ତା ସପ୍ତାହକ ମଧ୍ୟରେ ଏହା ରାଜ୍ୟରେ ଉପଲବ୍ଧ ହେବ। ପ୍ରଥମ ପର୍ଯ୍ୟାୟରେ ଏହା ଭୁବନେଶ୍ୱର, କଟକ, ରାଉଲକେଲା, ସମ୍ବଲପୁର ଓ ବ୍ରହ୍ମପୁରରେ ସରକାରୀ ଖୁଚୁରା ଦୋକାନ ମାଧ୍ୟମରେ ଉପଲବ୍ଧ ହେବ ବୋଲି କହିଛନ୍ତି ମନ୍ତ୍ରୀ ଶ୍ରୀ ପାତ୍ର। ବିକ୍ରୟ ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ମନ୍ତ୍ରୀ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମନ୍ତ୍ରୀ।

ଦିନକୁ ଦିନ ବଜାରରେ ଆଳୁ ଦର ବଢିଚାଲିଛି। ସରକାରଙ୍କ ହସ୍ତକ୍ଷେପ ପରେ ବି ସ୍ଥିତି ସୁଧୁରୁନି ।କିଛି କିଛି ଖୁଚୁରା ଦେକାନୀ ୬୦ ଟଙ୍କା ଚଢା ଦରରେ ଆଳୁ ବିକ୍ରି କରୁଛନ୍ତି। ପଶ୍ଚିମବଙ୍ଗରେ ଏଥର ଆଳୁ ଉତ୍ପାଦନ କମ୍ ହୋଇଥିବାରୁ ଏହା ଉପରେ କଟକଣା ଲଗାଇଛନ୍ତି ମମତା ସରକାର। ସେପଟେ ଉତ୍ତର ପ୍ରଦେଶ ଯେତିକି ଆଳୁ ଆସୁଛି ତାହା ସମୁଦ୍ରକୁ ଶଙ୍ଖେ ମାତ୍ର। ତେଣୁ ଏବେ ଚିନ୍ତାରେ ରାଜ୍ୟ ସରକାର।

Leave A Reply

Your email address will not be published.