ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ଏବେ କିଲୋ ୩୦ ଟଙ୍କାରେ ନାଫେଡ ଯୋଗାଇବା ଆଳୁ

0

ଭୁବନେଶ୍ବର: ରାଜ୍ୟ ସରକାର ଏବେ ନାଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟି ମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେବେ। ରାଜ୍ୟରେ ଉପୁଜିଥିବା ଆଳୁ ସଙ୍କଟ ଦୂର କରିବା ପାଇଁ ସରକାର ବିଧିବଦ୍ଧ ଭାବେ ନିଷ୍ପତ୍ତି ଗ୍ରହଣ କରିଛନ୍ତି ଏହାଦ୍ୱାରା ଖାଉଟି ମାନଙ୍କୁ ସୁଲଭ ଦରରେ ଆଳୁ ଉପଲବ୍ଧ କରାଇବା ସହ ରାଜ୍ୟରେ ଆଳୁ ସଙ୍କଟ ଦୂର ହୋଇପାରିବ ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର।

ଶ୍ରୀ ପାତ୍ର ଆହୁରି ମଧ୍ୟ କହିଛନ୍ତି ଯେ, ଏଥି ପାଇଁ ପ୍ରଥମ ପର୍ଯ୍ୟାୟରେ ତିନି ଶହ ମେଟ୍ରିକ ଟନ ଆଳୁ ପାଇଁ ନାଫେଡ ମାଧ୍ୟମରେ ଅର୍ଡର ପ୍ରଦାନ କରାଯାଇଛି। ଆସନ୍ତା ସପ୍ତାହକ ମଧ୍ୟରେ ଏହା ରାଜ୍ୟରେ ଉପଲବ୍ଧ ହେବ। ପ୍ରଥମ ପର୍ଯ୍ୟାୟରେ ଏହା ଭୁବନେଶ୍ୱର, କଟକ, ରାଉଲକେଲା, ସମ୍ବଲପୁର ଓ ବ୍ରହ୍ମପୁରରେ ସରକାରୀ ଖୁଚୁରା ଦୋକାନ ମାଧ୍ୟମରେ ଉପଲବ୍ଧ ହେବ ବୋଲି କହିଛନ୍ତି ମନ୍ତ୍ରୀ ଶ୍ରୀ ପାତ୍ର। ବିକ୍ରୟ ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ମନ୍ତ୍ରୀ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମନ୍ତ୍ରୀ।

ଦିନକୁ ଦିନ ବଜାରରେ ଆଳୁ ଦର ବଢିଚାଲିଛି। ସରକାରଙ୍କ ହସ୍ତକ୍ଷେପ ପରେ ବି ସ୍ଥିତି ସୁଧୁରୁନି ।କିଛି କିଛି ଖୁଚୁରା ଦେକାନୀ ୬୦ ଟଙ୍କା ଚଢା ଦରରେ ଆଳୁ ବିକ୍ରି କରୁଛନ୍ତି। ପଶ୍ଚିମବଙ୍ଗରେ ଏଥର ଆଳୁ ଉତ୍ପାଦନ କମ୍ ହୋଇଥିବାରୁ ଏହା ଉପରେ କଟକଣା ଲଗାଇଛନ୍ତି ମମତା ସରକାର। ସେପଟେ ଉତ୍ତର ପ୍ରଦେଶ ଯେତିକି ଆଳୁ ଆସୁଛି ତାହା ସମୁଦ୍ରକୁ ଶଙ୍ଖେ ମାତ୍ର। ତେଣୁ ଏବେ ଚିନ୍ତାରେ ରାଜ୍ୟ ସରକାର।

Leave A Reply

Your email address will not be published.