ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ପୂର୍ବତନ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ

0

ଭୁବନେଶ୍ୱର: ପୂର୍ବତନ ଯନ୍ତ୍ରୀଙ୍କ ଘରେ ଚାଲିଛି ଭିଜିଲାନ୍ସ ରେଡ୍‌ । ଘରୁ ମିଳିଲା ପୁଳା ପୁଳା ସୁନା, ହୀରା, ବିଦେଶୀ ମୁଦ୍ରା, ନଗଦ ଟଙ୍କାପୂର୍ବତନ ମୁଖ୍ୟ ଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି। ତାଙ୍କ ନାଁରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ପରେ ସ୍ବତନ୍ତ୍ର ବିଚାରପତିଙ୍କ ଦ୍ୱାରା ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ଆଧାରରେ ଭିଜିଲାନ୍ସ ରେଡ କରିଛି ।
ତେବେ ଏଯାବତ୍‌ ହୋଇଥିବା ଚଢ଼ାଉରେ ମିଶ୍ରଙ୍କ ଘରୁ ପୁଳା ପୁଳା ସୁନା, ସୁନାର ଠାକୁର ମୂର୍ତ୍ତି, ରୂପା, ହୀରା ହାର ଓ ରୂପା ବାସନ ଜବତ ହୋଇଛି। ଭୁବନେଶ୍ୱର ଘରୁ କେଜି କେଜି ସୁନା, ରୁପା, ହୀରା ଏବଂ ନଗଦ ଟଙ୍କା ଜବତ ହୋଇଛି। ଏଥିସହ ମର୍ସିଡିଜ କାର। ଏକାଧିକ ସୁନାର ଠାକୁର ମୂର୍ତ୍ତି, ପୁଳାପୁଳା ସୁନା, ରୂପା, ହୀରା ଅଳଙ୍କାର ।
ସୂଚନାଯୋଗ୍ୟ, ଏହି ଚଢାଉରେ ୧୨ ଜଣ ଡିଏସ୍‌ପି, ୧୨ ଜଣ ଇନ୍ସପେକ୍ଟର, ୧୬ ଜଣ ଏଏସ୍‌ଆଇ ଓ ଅନ୍ୟାନ୍ୟ ସହାୟକ କର୍ମଚାରୀ ସାମିଲ ଅଛନ୍ତି । ଭୁବନେଶ୍ୱର, କଟକ ଓ ଝାରସୁଗୁଡ଼ାର ୯ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି। ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଏବଂ ଖଣ୍ଡଗିରିରେ ମୋଟ ୪ଟି ସ୍ଥାନରେ, ଝାରସୁଗୁଡା ଆସିଆନା ଆପାର୍ଟମେଣ୍ଟର ୩ଟି ଫ୍ଲାଟ ଏବଂ କଟକ ଆଠଗଡ ସ୍ଥିତ ପୈତୃକ ଘର ଏବଂ ତିଗିରିଆରେ ସମ୍ପର୍କୀୟଙ୍କ ଘରେ ରେଡ ଚାଲିଛି ।

Leave A Reply

Your email address will not be published.