ଆଜି ପୁରୀରେ ପ୍ରବଳ ବର୍ଷା। ଏହା ସହ ସକାଳୁ ସକାଳୁ ବର୍ଷା ସହ ଘଡଘଡି ବଜ୍ରପାତ ମଧ୍ୟ ଲାଗିରହିଛି। ଏହାସହିତ ବଜ୍ରପାତରେ ଜଣେ ମହିଳାଙ୍କର ମୃତ ହୋଇଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି । ୧୦ ଆହତଙ୍କୁ ପୁରୀ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।
ତେବେ ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳୁ ସକାଳୁ ପୁରୀରେ ପ୍ରବଳ ବର୍ଷା ଓ ଘଡ଼ଘଡ଼ି ସହ ବଜ୍ରପାତ ହୋଇଛି । ଏଥିରେ ଛଇତନା ଭୋଇ ସାହିର ଜଣେ ୪୫ ବର୍ଷିୟ ମହିଳା କୁନ୍ତି ଭୋଇଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୧୦ ଜଣ ବଜ୍ରପାତରେ ଆହତ ହୋଇଛନ୍ତି । ତେବେ ପ୍ରଥମେ ସମସ୍ତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ଚିକିତ୍ସିତ ଅବସ୍ଥାରେ ମହିଳା ଜଣଙ୍କର ମୃତ୍ୟୁ ହୋଇଥିଲା । ତେବେ ବର୍ଷା ସମୟରେ ବିଲରେ କାମ କରୁଥିବା ବେଳେ ଏଭଳି ଘଟଣା ଘଟିଥିବା ସୂଚନା ମିଳିଛି ।
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ