ପ୍ରମୁଖ ଖବର

ପୁରୀ ଜିଲ୍ଲାପାଳଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା, ଜବାବ ତଲବ କଲେ ହାଇକୋର୍ଟ
ଅଦାଲତ ଅବମାନନା ମାମଲାରୁ ଉଷା ପାଢ଼ୀଙ୍କୁ ମିଳିଲା ଆଶ୍ୱସ୍ତି
ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ
ବ୍ୟାନ ହେବନି ପାନ ମସଲା: ସ୍ପଷ୍ଟୀକରଣ ରଖିଲା ସ୍ବାସ୍ଥ୍ୟ ବିଭାଗ
ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର
ଖୁବ୍‌ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା : ଆଇନ ମନ୍ତ୍ରୀ
ମା’ ବିରଜାଙ୍କ ଆଶୀର୍ବାଦ ନେବେ ରାଷ୍ଟ୍ରପତି, ନାଭିଗୟାରେ କରିବେ ପିଣ୍ଡଦାନ

ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ହେଲେ ମନୋଜ ଆହୁଜା

0

ପୁରୀ: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଦିଆଗଲା ନୂଆ ଦାୟିତ୍ଵ। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଶ୍ରୀ ଜଗନ୍ନାଥ ମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟ ସଚିବ ସହିତ ଅତିରିକ୍ତ ଭାବେ ସେ ଏହି ଦାୟିତ୍ୱ ତୁଲାଇବେ।ଆଇନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

ଶ୍ରୀମନ୍ଦିର ଅଧିନିୟମ ୧୯୫୫ ଆଇନର ପ୍ରାବଧାନ ଅନୁଯାୟୀ, ମନ୍ଦିରର ପ୍ରଶାସନ, ସଞ୍ଚାଳନ ଓ ପରିଚାଳନା ଭାର ଶ୍ରୀ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି ଉପରେ ନ୍ୟସ୍ତ ରହିଛି। ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ, ପୁରୀ ପରିଚଳନା କମିଟିର ସଦସ୍ୟମାନେ ରହିଛନ୍ତି। ଆଇନ ଅନୁଯାୟୀ ପରିଚାଳନା କମିଟିରେ ଗଜପତି ମହାରାଜା, ପୁରୀ (ଅଧ୍ୟକ୍ଷ), ଜିଲାପାଳ, ପୁରୀ (ଉପାଧ୍ୟକ୍ଷ), ମନ୍ଦିର ପରିଚାଳନା, ସଦସ୍ୟ, କୋଷାଦାୟ(ଏଣ୍ଡୋମେଣ୍ଟ) ଆୟୁକ୍ତ ଅନ୍ୟ ସେବାୟତ ଏବଂ ମୁକ୍ତିମଣ୍ଡପର ସଦସ୍ୟ ମଧ୍ୟ ରହିଛନ୍ତି।

Leave A Reply

Your email address will not be published.