ପ୍ରମୁଖ ଖବର

ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍‌, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍‌’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍‌ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍‌ ରିଲିଫ୍‌ ସାମଗ୍ରୀ ପଠାଇଲା ଭାରତ

ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ହେଲେ ମନୋଜ ଆହୁଜା

0

ପୁରୀ: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଦିଆଗଲା ନୂଆ ଦାୟିତ୍ଵ। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଶ୍ରୀ ଜଗନ୍ନାଥ ମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟ ସଚିବ ସହିତ ଅତିରିକ୍ତ ଭାବେ ସେ ଏହି ଦାୟିତ୍ୱ ତୁଲାଇବେ।ଆଇନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

ଶ୍ରୀମନ୍ଦିର ଅଧିନିୟମ ୧୯୫୫ ଆଇନର ପ୍ରାବଧାନ ଅନୁଯାୟୀ, ମନ୍ଦିରର ପ୍ରଶାସନ, ସଞ୍ଚାଳନ ଓ ପରିଚାଳନା ଭାର ଶ୍ରୀ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି ଉପରେ ନ୍ୟସ୍ତ ରହିଛି। ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ, ପୁରୀ ପରିଚଳନା କମିଟିର ସଦସ୍ୟମାନେ ରହିଛନ୍ତି। ଆଇନ ଅନୁଯାୟୀ ପରିଚାଳନା କମିଟିରେ ଗଜପତି ମହାରାଜା, ପୁରୀ (ଅଧ୍ୟକ୍ଷ), ଜିଲାପାଳ, ପୁରୀ (ଉପାଧ୍ୟକ୍ଷ), ମନ୍ଦିର ପରିଚାଳନା, ସଦସ୍ୟ, କୋଷାଦାୟ(ଏଣ୍ଡୋମେଣ୍ଟ) ଆୟୁକ୍ତ ଅନ୍ୟ ସେବାୟତ ଏବଂ ମୁକ୍ତିମଣ୍ଡପର ସଦସ୍ୟ ମଧ୍ୟ ରହିଛନ୍ତି।

Leave A Reply

Your email address will not be published.