ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

ପରଲୋକରେ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା

0

ବରଗଡ଼: ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁଙ୍କ ପରଲୋକ। ୭୦ ବର୍ଷ ବୟସରେ ଆଜି ତାଙ୍କ ପରଲୋକ ଘଟିଛି। କିଛି ଦିନ ହେବ ସେ ମଧୁମେହ ରୋଗରେ ପୀଡ଼ିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ୨୫ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ ସେ ଦର୍ଶକଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ତିଆରି କରିଥିଲେ।

ବଲାଙ୍ଗୀର ଜିଲ୍ଲାରେ ଜନ୍ମିତ ଗୋପାଳ ସାହୁ ବରଗଡ଼ ଧନୁଯାତ୍ରାର ସପ୍ତମ କଂସ ଭାବରେ ଅଭିନୟ କରି ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ୧୯୮୪ ମସିହାରୁ ୨୦୦୮ ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ସେ ୨୩ ଥର ଅଭିନୟ କରିବାର ସୁଯୋଗ ପାଇଥିଲେ। ପେଶାରେ ସେ ଜଣେ ପୁଲିସ ଅଧିକାରୀ ଥିଲେ। ହେଲେ ନିଶା ତାଙ୍କର ଥିଲା ଅଭିନୟ।

Leave A Reply

Your email address will not be published.