କଲିକତା: ଆର.ଜି. କର ମେଡିକାଲ କଲେଜ ହସ୍ପିଟାଲରେ ଡାକ୍ତରୀ ପିଜି ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ପୋଷ୍ଟମର୍ଟମ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ଯ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଟ୍ରେନି ମହିଳା ଡାକ୍ତରଙ୍କୁ ଅତି ନିର୍ମମ ଭାବେ ପିଟିବା ପରେ ତାଙ୍କ ସହ ଦୁଷ୍କର୍ମ କରାଯାଇଥିଲା। ଏହାପରେ ତଣ୍ଟି ଚିପି ତାଙ୍କୁ ହତ୍ୟା କରାଯାଇଥିଲା। ପ୍ରବଳ ମାଡ ଯୋଗୁ ପୀଡ଼ିତାଙ୍କ ବେକ ହାଡ଼ ଭାଙ୍ଗିଯାଇଥିଲା। ଏଥିସହ ଚଷମା ଭାଙ୍ଗି କାଚର କିଛି ଅଂଶ ତାଙ୍କ ଆଖିରେ ଗଳି ଯାଇଥିବା ଜଣାଯାଇଛି। ପ୍ରବଳ ମାଡ ଯୋଗୁ ପୀଡ଼ିତାଙ୍କ ବେକ ହାଡ଼ ଭାଙ୍ଗି ଯାଇଥିବା ରିପୋର୍ଟରେ ଉଲ୍ଲେଖ ଅଛି।
ଉଲ୍ଲେଖଯୋଗ୍ୟ, ଗତ ୯ ତାରିଖରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିଲା। ଏହାକୁ ନେଇ ସାରା ଦେଶରେ ଡାକ୍ତର ମାନେ ଆନ୍ଦୋଳନ କରୁଛନ୍ତି। ସବୁଠି ଆନ୍ଦୋଳନ ଜୋର୍ ଧରିବା ପରେ କୋଲକାତା ଆର.ଜି. କର ମେଡିକାଲ କଲେଜର ପ୍ରିନ୍ସିପାଲ୍ ଡାକ୍ତର ସନ୍ଦୀପ ଘୋଷ୍ ନିଜ ପଦରୁ ଇସ୍ତଫା ଦେଇଥିଲେ।
ପ୍ରମୁଖ ଖବର
ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ