ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଶ୍ରୀମନ୍ଦିରରେ ଲାଗିବ ଏଆଇ କ୍ୟାମେରା

0

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନକୁ ଶୃଙ୍ଖଳିତ କରିବାକୁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ପ୍ରସଙ୍ଗ । ଉନ୍ନତ ଜ୍ଞାନ କୌଶଳ ପ୍ରୟୋଗ କରାଯାଇ ଭିଡ଼ ନିୟନ୍ତ୍ରଣ କରାଯିବା ସହିତ ମହାପ୍ରଭୁଙ୍କ ଦର୍ଶନକୁ ଶୃଙ୍ଖଳିତ କରିବାକୁ ଏଆଇ କ୍ୟାମେରା ଲଗାଯିବ। ଶ୍ରୀମନ୍ଦିର ଭିତର ବାହାର ବିଶେଷ କରି ଚାରିଦ୍ବାର ସହିତ ଗୁମୁଟ, ବାଇଶି ପାହାଚ, କୀର୍ତ୍ତନ ଚକଡ଼ାରେ ଏହି ନୂତନ କ୍ୟାମେରା ଲଗାଯିବ। ଏନେଇ ସୂଚନା ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସୂଚନା ଦେଇଛନ୍ତି।

ଏଆଇ ଟେକ୍ନୋଲଜିର ମାଧ୍ୟମରେ ଉନ୍ନତ ଜ୍ଞାନକୌଶଳ ପ୍ରୟୋଗ କରାଯାଇ ଶ୍ରୀମନ୍ଦିର ଭିତରେ ଭିଡ ନିୟନ୍ତ୍ରଣ କରାଯିବ। ତେବେ ମନ୍ଦିର ଭିତର ଓ ବାହାରେ ଲାଗିବ ୧୪ଟି କ୍ୟାମେରା। ମନ୍ଦିର ପରିସରରେ ମୋବାଇଲ ବ୍ୟବାହାର କଲେ ଧରିବ ଏଆଇ। ଏହା ସହ ନିଷିଦ୍ଧ ସାମଗ୍ରୀକୁ ସହଜରେ ଧରିପରିବ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ। ଏଆଇ ବା ଆଟିଫିସିଆଲ ଇଣ୍ଟଲିଜେନ୍ସ ଟେକ୍ନୋଲୋଜି ଉପଯୋଗ କରି ଅତ୍ୟାଧୁନିକ ଫୁଟଫଲ କାଉଣ୍ଟିଂ କରାଯିବ। ଶ୍ରଦ୍ଧାଳୁଙ୍କ ସୁରକ୍ଷା,ଭିଡ ନିୟନ୍ତ୍ରଣ , ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରିବା ଲକ୍ଷ୍ୟରେ ଏହି ଏଫଏଫ ସି ଏସ ସ୍ଥାପନ କରାଯାଉଛି। ଶ୍ରୀମନ୍ଦିର –ଭିତର ଓ ବାହାର ଏହି ଟେକ୍ନୋଲୋଜି ବ୍ୟବହାର କରାଯିବ।

Leave A Reply

Your email address will not be published.