ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଅରବିନ୍ଦ କେଜରିୱାଲଙ୍କ ଅନ୍ତରୀଣ ଜାମିନ ଖାରଜ

0

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଅନ୍ତରୀଣ ଜାମିନକୁ ଅଗ୍ରାହ୍ୟ କରିଛନ୍ତି ସୁପ୍ରିମକୋର୍ଟ। ଏହି ମାମଲାରେ ସୁପ୍ରିମକୋର୍ଟ ସିବିଆଇର ଉତ୍ତର ଚାହିଁବା ସହ ମାମଲାର ଶୁଣାଣିକୁ ଆସନ୍ତା ଅଗଷ୍ଟ ୨୩ ଯାଏ ସ୍ଥଗିତ ରଖିଛନ୍ତି। ସୁପ୍ରିମକୋର୍ଟ ଖଣ୍ଡପୀଠ ଜଷ୍ଟିସ ସୂର୍ଯ୍ୟକାନ୍ତ ଓ ଜଷ୍ଟିସ ଉଜ୍ବଳ ଭୂୟାଁଙ୍କ ଖଣ୍ଡପୀଠ ନିକଟରେ କେଜରିୱାଲଙ୍କ ଓକିଲ ଅଭିଷେକ ମନୁ ସିଂଘଭି କହିଛନ୍ତି କେଜରିୱାଲଙ୍କୁ ଜାମିନ ନ ମିଳିବା ଦୁର୍ଭାଗ୍ୟଜନକ ।

ଉଲ୍ଲେଖଯୋଗ୍ୟ, ଗତ ଅଗଷ୍ଟ ୫ରେ କେଜରିୱାଲଙ୍କ ଗିରଫକୁ ଯଥାର୍ଥ ଦର୍ଶାଇଥିଲେ ଦିଲ୍ଲୀ ହାଇକୋର୍ଟ। ଗତ ୨୧ ମାର୍ଚ୍ଚରେ ମଦ ଦୁର୍ନୀତି ମାମଲାରେ କେଜରିୱାଲଙ୍କୁ ଇଡି ଗିରଫ କରିଥିଲା। ମେ ୧୦ରେ ତାଙ୍କୁ ସୁପ୍ରିମକୋର୍ଟରୁ ଜାମିନ ମିଳିବା ପରେ ଜୁନ ୨ରେ ସରେଣ୍ଡର କରିଥିଲେ। ପରେ ଜୁନ ୨୦ରେ ରାଉସ ଆଭେନ୍ଯୁ କୋର୍ଟ ଜାମିନ ଦେଇଥିଲେ ବି ହାଇକୋର୍ଟ ତାଙ୍କ ଜାମିନକୁ ରଦ୍ଦ କରିଥିଲେ। ।କେଜରିୱାଲଙ୍କ ପକ୍ଷରୁ କୋର୍ଟରେ ହାଜର ହୋଇଥିବା ବରିଷ୍ଠ ଓକିଲ ଅଭିଷେକ ମନୁ ସିଂଘବି ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଁ ଅନୁରୋଧ କରିଥିଲେ। ଏହା ଉପରେ କୋର୍ଟ କହିଛନ୍ତି, ଆମେ କୌଣସି ମଧ୍ୟବର୍ତ୍ତୀକାଳୀନ ଜାମିନ ଦେଇ ପାରିବୁ ନାହିଁ।

Leave A Reply

Your email address will not be published.