ପ୍ରମୁଖ ଖବର

ଅହମଦାବାଦ ରଥଯାତ୍ରା ପାଇଁ ୩୧ ହଜାରରୁ ଅଧିକ ପୋଲିସ ମୁତୟନ
ତାଜ ହୋଟେଲକୁ ବୋମା ଧମକ, ତଲାସି ପରେ ଗୁଜବ ବୋଲି ସ୍ପଷ୍ଟ
ରଥଯାତ୍ରା ଡିଉଟିରେ ଥିବା ହୋମଗାର୍ଡଙ୍କ ମୃତ୍ୟୁ; ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା
ରଥଯାତ୍ରା ଡିଉଟିରେ ଥିବା ହୋମଗାର୍ଡଙ୍କ ମୃତ୍ୟୁ; ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା
ଆଖି ବୁଜିଲେ ବ୍ରହ୍ମପୁର ପୀଡ଼ିତା, ବାପାଙ୍କ ବିରୋଧରେ ଆଣିଥିଲେ ଯୌନ ନିର୍ଯାତନା ଅଭିଯୋଗ
କଣ୍ଡକ୍ଟରଙ୍କୁ ଆକ୍ରମଣ ଘଟଣା: ଆଜିଠାରୁ ଉଦଳାରୁ ସମସ୍ତ ରୁଟ୍‌କୁ ବସ ବନ୍ଦ

ସ୍ୱାଧୀନତା ଦିବସ ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

0

ନୂଆଦିଲ୍ଲୀ: ରାତି ପାହିଲେ ସାରା ଦେଶ ପାଳିବ ୭୮ତମ ସ୍ବାଧୀନତା ଦିବସ। ସ୍ବାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ବୁଧବାର ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ତାଙ୍କ ଅଭିଭାଷଣରେ କହିଛନ୍ତି। ସେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ସମ୍ବୋଧିତ କରି କହିଛନ୍ତି ଯେ, ‘ଦେଶ ବିଦେଶରେ ଆମେ ସ୍ୱତନ୍ତ୍ରତା ଦିବସ ପାଳନ କରିବାକୁ ଯାଉଛୁ । ବଳିଦାନ ଦେଇଥିବା ମହାପୁରୁଷଙ୍କ ପାଇଁ ପ୍ରଣାମ କରିବା। ଆଜିର ଦିନରେ ଦେଶ ବିଭାଜନ ହୋଇଥିଲା , କ୍ଷତ ମନରୁ ଲିଭିନି ।ସ୍ବାଧୀନତାର ପର୍ବରେ ସାମିଲ ହେବାକୁ ଥିବା ସାରା ଦେଶବାସୀ ଆମର ପରିବାର।

ଅଭିଭାଷଣରେ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଉପରେ ଆଲୋକପାତ କରିଛନ୍ତି ମହାମହିମ। ପ୍ୟାରିସ୍‌ ଅଲିମ୍ପିକ୍ସରେ ଭାରତ ବେଶ୍‌ ଭଲ ପ୍ରଦର୍ଶନ କରିବାରୁ ରାଷ୍ଟ୍ରପତି ଉଚ୍ଚ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ଟି-୨୦ରେ ଭାରତୀୟ କ୍ରିକେଟ ଦଳ ମଧ୍ୟ ବିଶ୍ବ ଚାମ୍ପିୟନ ହୋଇଛି। ସବୁ ବର୍ଗର ଖେଳାଳିଙ୍କୁ ମୁଁ ଏଥିପାଇଁ ବଧେଇ ଜଣାଉଛି ବୋଲି ରାଷ୍ଟ୍ରପତି ତାଙ୍କ ଅଭିଭାଷଣରେ କହିଛନ୍ତି।

ଜି-୨୦ର ସଫଳ ଆୟୋଜନ କରି ବିଶ୍ବରେ ପରାକାଷ୍ଠା ଦେଖାଇଛି ଭାରତ। ବିବିଧତା ଭିତରେ ଏକତା ରଖି ଆମେ ଆଗକୁ ନିରନ୍ତର ବଢ଼ୁଛୁ।
ଗରିବ ହଟାଇବା ପାଇଁ ସରକାର ଅନେକ ପଦକ୍ଷେପ ନେଇଛନ୍ତି। ପ୍ରଧାନମନ୍ତ୍ରୀ ଅନ୍ନ କଲ୍ୟାଣ ଯୋଜନାରେ ମାଗଣା ରାସନ ଦିଆଯାଉଛି ।’ଏହା ସହିତ ସ୍ୱାଧୀନତା ଦିବସ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ନାରୀ ଶକ୍ତି ଆଗକୁ ବଢୁଛି। ନାରୀଶକ୍ତି ବନ୍ଦନ ମହିଳାଙ୍କ ସଶକ୍ତିକରଣକୁ ଦର୍ଶାଉଛି। ମୁଁ ଆପଣଙ୍କୁ ଅନୁରୋଧ କରୁଛି ଆପଣ ଜୀବନରେ ଛୋଟ ଛୋଟ ଅଭ୍ୟାସକୁ ପରିବର୍ତ୍ତନ କରନ୍ତୁ ଜଳବାୟୁ ପରିବର୍ତ୍ତନ ରୋକିବାରେ ନିଜର ଯୋଗଦାନ କରନ୍ତୁ। ଆମେ ପୁରୁଣାକାଳର ଆଇନକୁ ହଟାଇଛେ। ଆମ ନ୍ୟାୟ ପ୍ରଣାଳୀ କେବଳ ଦୋଷୀକୁ ଦଣ୍ଡ ଦେବା ନୁହେଁ। ମୁଁ ଏହାକୁ ଆମର ସ୍ବାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ ରୂପେ ଦେଖୁଛି।

Leave A Reply

Your email address will not be published.