ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ବାଂଲାଦେଶୀ ଅନୁପ୍ରେବଶକାରୀ ସନ୍ଦେହରେ ପାରାଦୀପରେ ୧୨ଜଣ ଅଟକ

0

ପାରାଦୀପ: ପାରାଦୀପ ପୋଲିସ ବାଂଲାଦେଶୀ ଅନୁପ୍ରବେଶ ସନ୍ଦେହେହରେ ୧୨ଜଣଙ୍କୁ ଅଟକ ରଖିଛି। ବାଂଲାଦେଶ ହିଂସାକୁ ନେଇ ଓଡ଼ିଶା ଉପକୂଳରେ ହାଇଆଲର୍ଟ ଜାରି ହୋଇଛି। ବାଂଲାଦେଶୀମାନେ ଉପକୂଳ କିମ୍ବା ସମୁଦ୍ର ତଟ ଦେଇ ପଶି ଆସୁଥିବାରୁ ସବୁଠି ହାଇ ଆଲର୍ଟ ଜାରି ହୋଇଛି। ତେବେ ଗୁରୁବାର ପାରାଦୀପ ଦେଇ ୧୨ଜଣ ସନ୍ଦିଗ୍ଧ ବାଂଲାଦେଶୀ ପଶି ଆସିଛନ୍ତି। ପାରାଦୀପ ଆଦର୍ଶ ଥାନା ପୋଲିସ ସେମାନଙ୍କୁ ବାଂଲାଦେଶୀ ଅନୁପ୍ରେବଶକାରୀ ସନ୍ଦେହରେ ଅଟକ ରଖିଛି।

ସୂଚନା ଅନୁସାରେ , ଆଜି ସକାଳେ ଏହି ୧୨ ଜଣ କୋଲକତାରୁ ବସରେ ଆସି ପାରାଦୀପ ବସଷ୍ଟାଣ୍ଡରେ ପହଞ୍ଚିଥିଲେ। ବାଂଲାଦେଶୀ ହୋଇଥିବା ସନ୍ଦେହ କରି ପୋଲିସକୁ ଜଣାଇଥିଲେ ସ୍ଥାନୀୟ ଲୋକେ। ପରେ ପୋଲିସ ସମସ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି । ସମସ୍ତଙ୍କ ପରିଚୟପତ୍ର ଯାଞ୍ଚ ସହ ତଦନ୍ତ କରୁଛି ପୋଲିସ। ସମସ୍ତ ସନ୍ଦିଗ୍ଧ କୋଲକାତାର ବାବୁଘାଟରୁ ଆସିଥିବା ଜଣାପଡିଛି। ସମସ୍ତେ ବଙ୍ଗଳା ଭାଷାରେ କଥାବାର୍ତ୍ତା ହେଉଥିବା ବେଳେ ଏମାନେ ବାଂଲାଦେଶୀ ଅନୁପ୍ରବେଶକାରୀ କି ନୁହେଁ ସେନେଇ ତଦନ୍ତ ଚାଲିଛି।

Leave A Reply

Your email address will not be published.