ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ସ୍ୱାଧୀନତା ଦିବସରେ ହଜାରେ କୋଟିର ହକି ଷ୍ଟାଡିଅମ ନିର୍ମାଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଆଜି ଦେଶ ପାଳୁଛି ୭୮ତମ ସ୍ୱାଧୀନତା ଦିବସ। ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୋହନ ମାଝି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି। ପତାକା ଉତ୍ତୋଳନ ପରେ ସେ ଗାନ୍ଧୀମାର୍ଗରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି।

ଏହି ସମୟରେ ସେ ହକି ଦଳକୁ ଶୁଭେଚ୍ଛା ଜଣାଇଛନ୍ତି।ହକି ଦଳକୁ ଶୁଭେଚ୍ଛା ଜଣାଇବା ସହ ସେ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ହକି ପାଇଁ ହଜାରେ କୋଟି ବ୍ୟୟରେ ୧୨୦ ଏକର ଜମିରେ ହକି ଷ୍ଟାଡିଅମ ନିର୍ମାଣ ହେବ। ଏଥିସହ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଆ ଅସ୍ମିତା ସହିତ ଶିଖର ଛୁଇଁବାକୁ ଲକ୍ଷ୍ୟ ରଖିଛୁ। ବଡ଼ ସ୍ୱପ୍ନ ଦେଖାଇବିନି, ଯାହା ପ୍ରତିଶ୍ରୁତି ଦେଇଛି ପାଳନ କରିବି। ଶ୍ରୀମନ୍ଦିର ୪ଦ୍ୱାର ଖୋଲିଛୁ, ୬୦ଦିନରେ ଓଡ଼ିଆ ଅସ୍ମିତା ପାଣ୍ଠି କରିଛୁ। ଏଥିସହ ଧାନ କ୍ବିଣ୍ଟାଲ ୩୧ଶହ ଟଙ୍କା କରିବା ସହ ସେପ୍ଟେମ୍ବର ୧୭ରୁ ସୁଭଦ୍ରା ଯୋଜନା ଲାଗୁ କରିବୁ। ଖାଲି ପଡ଼ିଥିବା ଦେଢ଼ ଲକ୍ଷ ପଦବୀ ପୂରଣ କରିବା ସହ ଆଗାମୀ ୫ ବର୍ଷରେ ୫୦୦ ଆଦିବାସୀ ଗ୍ରାମକୁ ବିକଶିତ କରିବା ପାଇଁ କାମ ଆରମ୍ଭ କରିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.