ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ମହାତ୍ମା ଗାନ୍ଧୀ ମାର୍ଗରୁ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଆଜି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଜତୀୟ ପତାକା ଉତ୍ତୋଳନ କରିଛନ୍ତି । ମହାତ୍ମା ଗାନ୍ଧୀ ମାର୍ଗରୁ ସେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏଥିପାଇଁ ପୂର୍ବରୁ ପ୍ରସ୍ତୁତି ଶେଷ ହୋଇଥିଲା। ଚଳିତ ବର୍ଷ ୫୯ ଜଣ କଣ୍ଟିଜେଣ୍ଟ ରାଜ୍ୟସ୍ତରୀୟ ପରେଡ଼ରେ ଯୋଗ ଦେଇଥିଲେ। ପୋଲିସ ସହ ସିଆରପିଏଫ୍, ୧୨୦ ବାଟାଲିୟନ୍, ସିଆଇଏସ୍ଏଫ୍, ଟ୍ରାଫିକ୍, ବିଏସ୍ଏଫ୍, ଅଗ୍ନିଶମ ବହିନୀ, ସ୍କୁଲ ଓ କଲେଜ ଛାତ୍ରଛାତ୍ରୀ ପରେଡ଼ରେ ଯୋଗ ଦେଇଥିଲେ।

ମାନ୍ୟବର ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି, ଭାରତର ସ୍ୱାଧୀନତା ସଂଗ୍ରାମ ହେଉଛି ଦେଶର ଅନନ୍ୟ ଅଧ୍ୟାୟ। ଏହା ଇଂରେଜମାନଙ୍କ ମୂଳଦୁଆ ଦୋହଲାଇ ଦେଇଥିଲା। ଦେଶ ଏବେ ଅମୃତକାଳ ଦେଇ ଗତି କରୁଛି। ଦେଶର ଅର୍ଥନୀତି ଦ୍ରୁତ ଗତିରେ ବଢ଼ିଛି। ଖୁବ୍‌ଶୀଘ୍ର ଦେଶର ଅର୍ଥନୀତି ୫ ଟ୍ରିଲିଅନରେ ପହଞ୍ଚିବ। ୨୦୪୭ ସୁଦ୍ଧା ଭାରତ ବିଶ୍ୱଗୁରୁ ହେବ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଓଡ଼ିଶାବାସୀ ସ୍ୱାଭିମାନୀ। ସେମାନେ ଚଣ୍ଡାଶୋକକୁ ଧର୍ମାଶୋକରେ ପରିଣତ କରିଥିଲେ। ଓଡ଼ିଆ ଅସ୍ମିତା ସହିତ ଶିଖର ଛୁଇଁବାକୁ ଲକ୍ଷ୍ୟ ରଖିଛୁ। ମୁଁ ରାଜ୍ୟବାସୀଙ୍କୁ ବଡ଼ ସ୍ୱପ୍ନ ଦେଖାଇବିନି ହେଲେ  ଯାହା ପ୍ରତିଶ୍ରୁତି ଦେଇଛି ତାହା ପାଳନ କରିବି।

ଆଗାମୀ ୫ ବର୍ଷରେ ୫୦୦ ଆଦିବାସୀ ଗ୍ରାମକୁ ବିକଶିତ କରିବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀଙ୍କୁ ସ୍ମରଣ କରିବା ସହ ପାଇକ ବିଦ୍ରୋହର ଯୋଦ୍ଧାମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏଥିସହ ପୁଲିସ୍ ଓ ବିଭିନ୍ନ ଫୋର୍ସ ପକ୍ଷରୁ ସ୍ୱତନ୍ତ୍ର ପରେଡ୍ ପ୍ରଦର୍ଶନ କରାଯାଇଛି। 

Leave A Reply

Your email address will not be published.