ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଘରେ ନିଆଁ ଲାଗି ଭାଇଭଉଣୀଙ୍କର ଶୋଚନୀୟ ମୃତ୍ୟୁ

0

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ବଳରାମପୁର ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟି ଭାଇଭଉଣୀଙ୍କର ଶୋଚନୀୟ ମୃତ୍ୟୁ ଘଟିଛି। ଘରେ ନିଆଁ ଲାଗି ଜୀବନ୍ତ ଜଳିଯାଇଛନ୍ତି ଭାଇଭଉଣୀ। ଏଥିରେ୧୧ ବର୍ଷୀୟା ଭଉଣୀ ଓ ୯ ବର୍ଷୀୟ ଭାଇର ମୃତ୍ୟୁ ହୋଇଛି। ଏହାଛଡ଼ା ଘରେ ଥିବା ବହୁତ ସାମଗ୍ରୀ ଜଳିପୋଡ଼ି ନଷ୍ଟ ହୋଇଛି। ତେବେ ଘରେ କେମିତି ନିଆଁ ଲାଗିଲା ଜଣାପଡ଼ି ନାହିଁ। ଗ୍ରାମବାସୀଙ୍କ ପକ୍ଷରୁ ନିଆଁ ଲିଭାଇବାକୁ ଉଦ୍ୟମ ଜାରି ରହିଥିବା ବେଳେ ଘଟଣାକୁ ନେଇ ଗ୍ରଆମରେ ଶୋକର ଛାୟା ଖେଳିଯାଇଛି।

ସୂଚନାଯୋଗ୍ୟ, ଆଜି ସକାଳେ ବାପାମା’ ବାହାରେ କୌଣସି କାମ କରୁଥିବା ବେଳେ ଭାଇଭଉଣୀ ଘରେ ଥିଲେ। ଏହି ସମୟରେ ଘରେ ନିଆଁ ଲାଗିଯାଇଥିଲା। ଭାଇଭଉଣୀଙ୍କୁ ଉଦ୍ଧାର କରିବା ପାଇଁ ସ୍ଥାନୀୟ ଲୋକେ ଚେଷ୍ଟା କରିଥିଲେ ମଧ୍ୟ ତାହା ସମ୍ଭବ ହୋଇପାରି ନଥିଲା। ସେତେବେଳକୁ ନିଆଁ ଚାରିଆଡକୁ ବ୍ୟାପି ଯାଇଥିଲା। ଗ୍ରାମବାସୀ ଓ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି।

Leave A Reply

Your email address will not be published.