ପ୍ରମୁଖ ଖବର

ଖରିଫ ଧାନ ବିକ୍ରି ପାଇଁ ଆଗ୍ରିଷ୍ଟାକ୍‌ ବାଧ୍ୟତାମୂଳକ ନୁହେଁ
ଆସାମରେ ବନ୍ୟା ନେଲା ଆଉ ୨ ଜୀବନ, ମୃତ୍ୟୁସଂଖ୍ୟା ୧୦୦
ଆଇଗିଣୀଆ ଫ୍ଲାଏଓଭରରେ ବସ୍ ଧକ୍କା, ବାଇକ୍ ଆରୋହୀ ମୃତ
ପ୍ରବଳ ବର୍ଷାରେ ରାଉରକେଲା ଷ୍ଟେସନର ନବନିର୍ମିତ ସେଡ୍ ଭୁଶୁଡ଼ିଲା
ଆଉ ଲମ୍ବା ଧାଡ଼ିରେ ଠିଆ ହେବାକୁ ପଡ଼ିବନି, ‘ଅନ୍ନପୂର୍ଣ୍ଣା ଶସ୍ୟ ଏଟିଏମ୍‌’ରୁ ମିଳିବ ରାସନ
ଲାଲକିଲ୍ଲାରେ ଶୁଭିବ ‘ବନ୍ଦେ ମାତରମ୍‌’
ଡିଜି ପାହ୍ୟାକୁ ସଞ୍ଜୀବ ପଣ୍ଡା ଓ ଯଶୱନ୍ତ ଜେଠୱାଙ୍କ ପଦୋନ୍ନତି
ହୀରାକୁଦରେ ପୁଣି ୪ ଗେଟ୍‌ ଖୋଲିଲା, ୧୨ ଗେଟ୍‌ରେ ଚାଲିଛି ବନ୍ୟାଜଳ ନିଷ୍କାସନ
ମାଲକାନଗିରି ଜଙ୍ଗଲରୁ କେବିସି ମଞ୍ଚରେ ‘ଜଙ୍ଗଲ ରାଣୀ’ ଜୟନ୍ତୀ ବୁରୁଡ଼ା

ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଉତ୍ତର ଓଡ଼ିଶା ରେ ପ୍ରବଳ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ଆଜି ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଓ ତତ୍ ସଂଲଗ୍ନ ବାଂଲାଦେଶ ଉପକୂଳ ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଓ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହି ଲଘୁଚାପ କ୍ଷେତ୍ର ଟି ଆହୁରି ଘନୀଭୂତ ହେବା ସହ ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ପଶ୍ଚିମବଙ୍ଗ ଉପତ୍ୟକା ଓ ଝାଡଖଣ୍ଡ ଦେଇ ଗତି କରିବ।

ପ୍ରଭାବ ରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟ ର ଅଧିକାଂଶ ଅଞ୍ଚଳ ରେ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ମୟୂରଭଞ୍ଜ, ଯାଜପୁର, କେଉଁଝର, ଅନୁଗୋଳ, ଢ଼େଙ୍କାନାଳ , ବୌଦ୍ଧ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର ଜିଲ୍ଲା ର କିଛି ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉତ୍ତର ଓଡ଼ିଶା ର ଅଧିକାଂଶ ସ୍ଥାନ ରେ ବର୍ଷା ସମ୍ଭାବନା ଥିବା ବେଳେ କିଛି ସମୟ ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗୋଟିଏ ଦୁଇଟି ସ୍ଥାନରେ ଅତି ପ୍ରବଳ (୨୦ ସେମି +) ବର୍ଷା ହୋଇପାରେ।

ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶା ର ଅନେକ ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଗଞ୍ଜାମ, କନ୍ଧମାଳ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ସୋନପୁର ନୂଆପଡ଼ା, ବୌଦ୍ଧ ଜିଲ୍ଲା ର କିଛି ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ପୂର୍ବାନୁମାନ- ସାର୍ଥକ ମିଶ୍ର

Leave A Reply

Your email address will not be published.