ପ୍ରମୁଖ ଖବର

ଆଜି ସଂସଦରେ ୨୦୨୫-୨୬ ବର୍ଷର ପୂର୍ଣ୍ଣାଙ୍ଗ ଆର୍ଥିକ ବଜେଟ ଉପସ୍ଥାପିତ କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
ମଧ୍ୟବିତ୍ତଙ୍କୁ ବଡ ଆଶ୍ଵସ୍ତି : ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ
କେନ୍ଦ୍ର ବଜେଟରେ ରେଳ ମନ୍ତ୍ରଣାଳୟ ପାଇଁ ୨.୫୫ ଲକ୍ଷ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ସେଥିମଧ୍ୟରୁ ୩,୪୪୫ କୋଟି ଟଙ୍କା ରାଜସ୍ବ ଓ ୨,୫୨,୦୦୦ କୋଟି ଟଙ୍କା ପୁଞ୍ଜି ବ୍ୟୟରେ ଖର୍ଚ୍ଚ ହେବ
ବଜେଟରେ ଆମାଜନ୍, ଫ୍ଲିପକାର୍ଟ, ଜୋମାଟୋ ଆଉ ସ୍ୱିଗି ଡେଲିଭରୀ କରୁଥିବା ଲୋକଙ୍କ ପାଇଁ ମୋଦୀ ସରକାର ଖୁବଶୀଘ୍ର ୧ କୋଟି କର୍ମଚାରୀଙ୍କୁ ପରିଚୟ ପ୍ରଦାନ କରିବେ, ଏହାସହିତ ଇ-ଶ୍ରମ ପୋର୍ଟାଲରେ ମଧ୍ୟ ସେମାନଙ୍କର ପଞ୍ଜୀକରଣ କରାଯିବ
ଟ୍ୟାକ୍ସ ଛାଡ ଘୋଷଣା ପରେ ଅର୍ଥମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଆଇଏଏସ୍ ସତ୍ୟବ୍ରତ ରାଉତ ବିଧାନସଭାର ନୂଆ ସଚିବ
ସୁରକ୍ଷାକର୍ମୀଙ୍କୁ ଏନକାଉଣ୍ଟରରେ ୮ନକ୍ସଲ ନିପାତ
ଜୀବିକା ମିଶନ ଇସି ସଦସ୍ଯଙ୍କ ରିଷ୍ଟ୍ରକ୍ଚରିଙ୍ଗ୍ ଵନ୍ଦ କରି ସ୍ଥାୟୀ ନିଯୁକ୍ତି ଦେଵା ଦାବିରେ ” ନିଖିଳ ଓଡ଼ିଶା ଜୀବିକା ମିଶନ ଇସି ସଂଘ” ପକ୍ଷରୁ ବିଶାଳ ବିକ୍ଷୋଭ
ଦାବି ପୂରଣ ପାଇଁ ୧୩ଫେଵୃଆରୀରୁ ବିଧାନସଭା ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ଗଣ ଧାରଣା।
ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥ ମଇତାପୁର ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ

ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୪,‘ଦମନ’ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର

0

ନୂଆଦିଲ୍ଲୀ: ଘୋଷଣା ହୋଇଛି ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୪। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଥିବାବେଳେ ଚଳିତ ବର୍ଷ ଶ୍ରେଷ୍ଠ ଅଭିନେତା ଭାବେ ରିଷବ ଶେଟ୍ଟୀଙ୍କ ନାମ ଘୋଷଣା କରାଯାଇଛି। ଚର୍ଚ୍ଚିତ ଚଳଚ୍ଚିତ୍ର ‘କାନ୍ତାରା’ ପାଇଁ ସେ ଶ୍ରେଷ୍ଠ ଅଭିନେତା ପୁରସ୍କାର ପାଇବେ। ଅପରପକ୍ଷେ ନିତ୍ୟା ମେନନ୍‌ ଓ ମାନସୀ ପାରେଖ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ମନୋନୀତ ହୋଇଛନ୍ତି। ‘ତିରୁଚିତ୍ରାମ୍ବଲମ’ ପାଇଁ ନିତ୍ୟା ଓ ‘କଚ୍ଛ ଏକ୍ସପ୍ରେସ୍‌’ ପାଇଁ ମାନସୀ ପାରେଖଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ। ସେହିପରି ‘ଦମନ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ମନୋନୀତ କରାଯାଇଛି। ଚଳଚ୍ଚିତ୍ରର କାହାଣୀ ଓଡ଼ିଶାରେ ଘଟିଥିବା ଏକ ସତ୍ୟ ଘଟଣା ଉପରେ ଆଧାରିତ। ଯୁବ ଡାକ୍ତର ସିଦ୍ଧାର୍ଥଙ୍କ କର୍ତ୍ତବ୍ୟନିଷ୍ଠ କାହାଣୀକୁ ପରଦାରେ ପ୍ରଦର୍ଶିତ କରାଯାଇଥିଲା। ଅଭିନେତା ବାବୁ ଶାନ୍ ଏଥିରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ। ଏଥିସହ ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଭାବେ ଶର୍ମିଲା ଟାଗୋର ଓ ମନୋଜ ବାଜପେୟୀଙ୍କ ‘ଗୁଲମୋହର’କୁ ମନୋନୀତ କରାଯାଇଛି।

୨୦୨୨ରେ ରିଲିଜ ହୋଇଥିବା ଦମନ’କୁ ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ଭାବେ ପୁରସ୍କାର ମିଳିବା ପରେ ଏହାର ଅଭିନେତା ବାବୁଶାନ ମହାନ୍ତି କହିଛନ୍ତି ଯେ, ଦିନେ ଏହି ସିନେମାକୁ ରିଲିଜ କରିବା ପାଇଁ ହଲ ମିଳୁ ନ ଥିଲା। ଏହି ସିନେମା ପାଇଁ ଅନେକ କଷ୍ଟ କରିବାକୁ ପଡିଛି । ତେବେ ବହୁ ବାଧାବିଘ୍ନକୁ ଏଡାଇ ଏହି ସିନେମା ହିନ୍ଦୀରେ ଜାତୀୟ ସ୍ତରରେ ମଧ୍ୟ ରିଲିଜ ହୋଇଥିଲା। ଚଳଚ୍ଚିତ୍ର ଦମନ ମାଲକାନଗିରିର ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆ ନିରାକରଣ ଉପରେ ପର୍ଯ୍ୟବେଷିତ। ଦମନ’ର ହେଉଛି ‘ମ୍ୟାଲେରିଆ ନିରକାରନା ପାଇଁ ଏକ ସଂକ୍ଷିପ୍ତକରଣ ଯାହା ଓଡିଶା ସରକାରଙ୍କ ଦ୍ୱାରା କରାଯାଇଥିଲା। ଏହି ଚଳଚ୍ଚିତ୍ରଟି ବିଶାଲ ମର୍ଯ୍ୟ ଏବଂ ଦେବୀ ପ୍ରସାଦ ଲେଙ୍କାଙ୍କ ଦ୍ୱାରା ଲିଖିତ ଏବଂ ନିର୍ଦ୍ଦେଶିତ ଏବଂ ଦୀପେନ୍ଦ୍ର ସାମଲଙ୍କ ଦ୍ୱାରା ନିର୍ମିତ।

Leave A Reply

Your email address will not be published.