ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୪,‘ଦମନ’ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର

0

ନୂଆଦିଲ୍ଲୀ: ଘୋଷଣା ହୋଇଛି ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୪। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଥିବାବେଳେ ଚଳିତ ବର୍ଷ ଶ୍ରେଷ୍ଠ ଅଭିନେତା ଭାବେ ରିଷବ ଶେଟ୍ଟୀଙ୍କ ନାମ ଘୋଷଣା କରାଯାଇଛି। ଚର୍ଚ୍ଚିତ ଚଳଚ୍ଚିତ୍ର ‘କାନ୍ତାରା’ ପାଇଁ ସେ ଶ୍ରେଷ୍ଠ ଅଭିନେତା ପୁରସ୍କାର ପାଇବେ। ଅପରପକ୍ଷେ ନିତ୍ୟା ମେନନ୍‌ ଓ ମାନସୀ ପାରେଖ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ମନୋନୀତ ହୋଇଛନ୍ତି। ‘ତିରୁଚିତ୍ରାମ୍ବଲମ’ ପାଇଁ ନିତ୍ୟା ଓ ‘କଚ୍ଛ ଏକ୍ସପ୍ରେସ୍‌’ ପାଇଁ ମାନସୀ ପାରେଖଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ। ସେହିପରି ‘ଦମନ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ମନୋନୀତ କରାଯାଇଛି। ଚଳଚ୍ଚିତ୍ରର କାହାଣୀ ଓଡ଼ିଶାରେ ଘଟିଥିବା ଏକ ସତ୍ୟ ଘଟଣା ଉପରେ ଆଧାରିତ। ଯୁବ ଡାକ୍ତର ସିଦ୍ଧାର୍ଥଙ୍କ କର୍ତ୍ତବ୍ୟନିଷ୍ଠ କାହାଣୀକୁ ପରଦାରେ ପ୍ରଦର୍ଶିତ କରାଯାଇଥିଲା। ଅଭିନେତା ବାବୁ ଶାନ୍ ଏଥିରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ। ଏଥିସହ ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଭାବେ ଶର୍ମିଲା ଟାଗୋର ଓ ମନୋଜ ବାଜପେୟୀଙ୍କ ‘ଗୁଲମୋହର’କୁ ମନୋନୀତ କରାଯାଇଛି।

୨୦୨୨ରେ ରିଲିଜ ହୋଇଥିବା ଦମନ’କୁ ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ଭାବେ ପୁରସ୍କାର ମିଳିବା ପରେ ଏହାର ଅଭିନେତା ବାବୁଶାନ ମହାନ୍ତି କହିଛନ୍ତି ଯେ, ଦିନେ ଏହି ସିନେମାକୁ ରିଲିଜ କରିବା ପାଇଁ ହଲ ମିଳୁ ନ ଥିଲା। ଏହି ସିନେମା ପାଇଁ ଅନେକ କଷ୍ଟ କରିବାକୁ ପଡିଛି । ତେବେ ବହୁ ବାଧାବିଘ୍ନକୁ ଏଡାଇ ଏହି ସିନେମା ହିନ୍ଦୀରେ ଜାତୀୟ ସ୍ତରରେ ମଧ୍ୟ ରିଲିଜ ହୋଇଥିଲା। ଚଳଚ୍ଚିତ୍ର ଦମନ ମାଲକାନଗିରିର ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆ ନିରାକରଣ ଉପରେ ପର୍ଯ୍ୟବେଷିତ। ଦମନ’ର ହେଉଛି ‘ମ୍ୟାଲେରିଆ ନିରକାରନା ପାଇଁ ଏକ ସଂକ୍ଷିପ୍ତକରଣ ଯାହା ଓଡିଶା ସରକାରଙ୍କ ଦ୍ୱାରା କରାଯାଇଥିଲା। ଏହି ଚଳଚ୍ଚିତ୍ରଟି ବିଶାଲ ମର୍ଯ୍ୟ ଏବଂ ଦେବୀ ପ୍ରସାଦ ଲେଙ୍କାଙ୍କ ଦ୍ୱାରା ଲିଖିତ ଏବଂ ନିର୍ଦ୍ଦେଶିତ ଏବଂ ଦୀପେନ୍ଦ୍ର ସାମଲଙ୍କ ଦ୍ୱାରା ନିର୍ମିତ।

Leave A Reply

Your email address will not be published.