ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

କଂଗ୍ରେସ ଛାଡିଲେ ବରିଷ୍ଠ ନେତା ବିଜୟ ପଟ୍ଟନାୟକ

0

ଭୁବନେଶ୍ବର: ଦଳର ବରିଷ୍ଠ ନେତା ବିଜୟ କୁମାର ପଟ୍ଟନାୟକ ଆଜି କଂଗ୍ରେସ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ମେଲ୍‌ ମାଧ୍ୟମରେ ସେ ନିଜର ଇସ୍ତଫାପତ୍ର ଏଆଇସିସିକୁ ପଠାଇ ଦେଇଛନ୍ତି। ଇସ୍ତଫା ପରେ ସେ ନିଜ ପ୍ରତିକ୍ରିୟାରେ କହିଛନ୍ତି, କୌଣସି ରାଜନୈତିକ ଦଳକୁ ଯିବେନାହିଁ। ଗତ ସାଧାରଣ ନିର୍ବାଚନରେ ସେ ଗଜପତି ପାରଳାଖେମୁଣ୍ଡିରୁ ନିର୍ବାଚନ ଲଢ଼ିଥିଲେ। ନିର୍ବାଚନ ପୂର୍ବରୁ ବିଜୟଙ୍କୁ ପ୍ରଥମେ ପ୍ରଚାର କମିଟି ଅଧ୍ୟକ୍ଷ ଦାୟିତ୍ୱ ଦିଆଯାଇଥିଲା। ପରେ ତାଙ୍କୁ ଏହି ଦାୟିତ୍ୱରୁ କାଢି ଦିଆଯାଇଥିଲା।

କଂଗ୍ରେସରୁ ଇସ୍ତଫା ଦେବା ପରେ ବିଜୟ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଦଳରେ ମୋର କୌଣସି ପ୍ରେଷ୍ଟିଜ୍ ନାହିଁ। ଏପରିକି ଦଳରେ ମୋର କୌଣସି ସ୍ଥାନ ନାହିଁ। ଏଣୁ ମୁଁ ଅନୁଭବ କଲି ଦଳପାଇଁ ମୁଁ ବ୍ୟବହାରଯୋଗ୍ୟ ନୁହେଁ ତେଣୁ ଇସ୍ତଫା ଦେଉଛି। ଏଥିସହିତ ସେ ଅନ୍ୟ କୌଣସି ଦଳରେ ଯୋଗ ଦେବେ ସମ୍ପର୍କରେ ମଧ୍ୟ ସ୍ପଷ୍ଟ କରିଛନ୍ତି। ”ଅନ୍ୟ କୌଣସି ଦଳକୁ ଯିବାର ନାହିଁ, ଲୋକଙ୍କ ପାଖକୁ ଯିବି। ଲୋକଙ୍କ ପାଖକୁ ଯାଇ ଲୋକଙ୍କ ସେବା କରିବାର ଅଛି। ”

ଓଡ଼ିଶାର ପୂର୍ବତନ ମୁଖ୍ୟଶାସନ ସଚିବ ବିଜୟ ପଟ୍ଟନାୟକ ୨୦୨୩ ମସିହା ଫେବ୍ରୁଆରୀ ମାସରେ କଂଗ୍ରେସରେ ଯୋଗଦେଇଥିଲେ। ଦିଲ୍ଲୀ ଯାଇ ସେ କଂଗ୍ରେସରେ ମିଶିଥିଲେ। କଂଗ୍ରେସରେ ମିଶିବା ପରେ ତାଙ୍କୁ ନୂଆ ଦାୟୀତ୍ୱ ଦିଆଯାଇଥିଲା। ପ୍ରଚାର କମିଟି ଅଧ୍ୟକ୍ଷ କରାଯାଇଥିଲା। ହେଲେ ନିର୍ବାଚନ ପୂର୍ବରୁ ତାଙ୍କୁ ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ବାହାର କରି ଦିଆଯାଇଥିଲା। ଯେଉଁଥିପାଇଁ ସେ ଅସନ୍ତୁଷ୍ଟ ଥିବା ଚର୍ଚ୍ଚା ହେଉଥିଲା।

ବିଜୟ ପଟ୍ଟନାୟକ ଏକଦା ୨୦୦୪ରୁ ୨୦୧୦ ପର୍ଯ୍ୟନ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରମୁଖ ସଚିବ ଥିଲେ। ପରେ ୨୦୧୦ ସେପ୍ଟେମ୍ବରରେ ରାଜ୍ୟର ମୁଖ୍ୟ ଶାସନ ସଚିବ ଦାୟିତ୍ବ ଗ୍ରହଣ କରିଥିଲେ ଏବଂ ୨୦୧୩ ପର୍ଯ୍ୟନ୍ତ ଏହି ପଦରେ ରହିଥିଲେ। ଏହାପରେ ସେ ଓଡ଼ିଶା ମାନବଧିକାର କମିସନର ସଦସ୍ୟ ଏବଂ ବେଦନ୍ତା ବିଶ୍ବବିଦ୍ୟାଳୟ ପ୍ରକଳ୍ପର ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିଥିଲେ।

Leave A Reply

Your email address will not be published.