ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ୱାଇ ବି ଖୁରାନିଆ ଓଡ଼ିଶାର ନୂଆ ପୁଲିସ ଡିଜି

0

ଭୁବନେଶ୍ବର: ୧୯୯୦ ବ୍ୟାଚ୍ ଆଇପିଏସ୍ ଅଫିସର ଯୋଗେଶ ବାହାଦୂର ଖୁରାନିଆ ଓଡ଼ିଶାର ନୂଆ ପୁଲିସ ଡିଜି ଭାବେ ନିଯୁକ୍ତ ହୋଇଛନ୍ତି। ଖୁରାନିଆଙ୍କ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ନୂଆଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିବା ପରେ ଓ୍ପାଇ ବି ଖୁରାନିଆଙ୍କ ନାଆଁ ଚର୍ଚ୍ଚାକୁ ଆସିଥିଲା।
ଶ୍ରୀ ଖୁରାନିଆ ଭୁବନେଶ୍ୱର-କଟକ କମିଶନରେଟ ପୁଲିସର କମିଶନର ଭାବେ ମଧ୍ୟ ଦକ୍ଷତାର ସହ କାର୍ଯ୍ୟ କରିଥିଲେ।  ସେ ପ୍ରାରମ୍ଭିକ ସମୟରେ ନୟାଗଡ଼, ରାଉରକେଲା, ଯାଜପୁର, ମୟୂରଭଞ୍ଜ ଓ ଗଞ୍ଜାମ ଜିଲ୍ଲାର ପୁଲିସ ଏସପି ଭାବେ କାର୍ଯ୍ୟ କରିଥିଲେ ଏହାଛଡ଼ା ସେ ଉତ୍ତରାଞ୍ଚଳ ଓ ଦକ୍ଷିଣାଞ୍ଚଳ ଡିଆଇଜି ଏବଂ ବିଜୁ ପଟ୍ଟନାୟକ ପୁଲିସ ପ୍ରଶିକ୍ଷଣ ଏକାଡେମୀର ମଧ୍ୟ ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଥିଲେ। ଏହା ପୂର୍ବରୁ ଶ୍ରୀ ଖୁରାନିଆ ବିଏସଏଫର ସ୍ପେଶାଲ୍ ଡିଜି ମଧ୍ୟ ଥିଲେ।

ସୂଚନାଯୋଗ୍ୟ, ଏବେ ରାଜ୍ୟରେ ୧୯୯୦ ବ୍ୟାଚ୍ ଆଇପିଏସ୍ ଅରୁଣ କୁମାର ଷଡ଼ଙ୍ଗୀ ଅସ୍ଥାୟୀ ଡିଜି ଭାବେ କାର୍ଯ୍ୟରତ ଅଛନ୍ତି।

Leave A Reply

Your email address will not be published.