ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ୱାଇ ବି ଖୁରାନିଆ ଓଡ଼ିଶାର ନୂଆ ପୁଲିସ ଡିଜି

0

ଭୁବନେଶ୍ବର: ୧୯୯୦ ବ୍ୟାଚ୍ ଆଇପିଏସ୍ ଅଫିସର ଯୋଗେଶ ବାହାଦୂର ଖୁରାନିଆ ଓଡ଼ିଶାର ନୂଆ ପୁଲିସ ଡିଜି ଭାବେ ନିଯୁକ୍ତ ହୋଇଛନ୍ତି। ଖୁରାନିଆଙ୍କ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ନୂଆଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିବା ପରେ ଓ୍ପାଇ ବି ଖୁରାନିଆଙ୍କ ନାଆଁ ଚର୍ଚ୍ଚାକୁ ଆସିଥିଲା।
ଶ୍ରୀ ଖୁରାନିଆ ଭୁବନେଶ୍ୱର-କଟକ କମିଶନରେଟ ପୁଲିସର କମିଶନର ଭାବେ ମଧ୍ୟ ଦକ୍ଷତାର ସହ କାର୍ଯ୍ୟ କରିଥିଲେ।  ସେ ପ୍ରାରମ୍ଭିକ ସମୟରେ ନୟାଗଡ଼, ରାଉରକେଲା, ଯାଜପୁର, ମୟୂରଭଞ୍ଜ ଓ ଗଞ୍ଜାମ ଜିଲ୍ଲାର ପୁଲିସ ଏସପି ଭାବେ କାର୍ଯ୍ୟ କରିଥିଲେ ଏହାଛଡ଼ା ସେ ଉତ୍ତରାଞ୍ଚଳ ଓ ଦକ୍ଷିଣାଞ୍ଚଳ ଡିଆଇଜି ଏବଂ ବିଜୁ ପଟ୍ଟନାୟକ ପୁଲିସ ପ୍ରଶିକ୍ଷଣ ଏକାଡେମୀର ମଧ୍ୟ ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଥିଲେ। ଏହା ପୂର୍ବରୁ ଶ୍ରୀ ଖୁରାନିଆ ବିଏସଏଫର ସ୍ପେଶାଲ୍ ଡିଜି ମଧ୍ୟ ଥିଲେ।

ସୂଚନାଯୋଗ୍ୟ, ଏବେ ରାଜ୍ୟରେ ୧୯୯୦ ବ୍ୟାଚ୍ ଆଇପିଏସ୍ ଅରୁଣ କୁମାର ଷଡ଼ଙ୍ଗୀ ଅସ୍ଥାୟୀ ଡିଜି ଭାବେ କାର୍ଯ୍ୟରତ ଅଛନ୍ତି।

Leave A Reply

Your email address will not be published.