ପ୍ରମୁଖ ଖବର

ଓଡ଼ିଶାରେ ରେଳ ବିକାଶ ପାଇଁ ୭୩,୭୨୩ କୋଟି ଟଙ୍କା ମଞ୍ଜୁର
ନୌସେନା ଦିବସ: କାଲି ପୁରୀ ପୌରପାଳିକାର ସବୁ ସ୍କୁଲ ବନ୍ଦ
ଖୁବଶୀଘ୍ର ବିବାହ କରିବେ ବ୍ୟାଡମିଣ୍ଟନ୍‌ ଖେଳାଳି ପିଭି ସିନ୍ଧୁ
ହସ୍ପିଟାଲ ପରେ ଏବେ ବାଂଲାଦେଶୀଙ୍କୁ ହୋଟେଲ୍ ମନା
ବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନିର୍ଦ୍ଧାରିତ ସମୟ ପୂର୍ବରୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଥିଲେ ରାଷ୍ଟ୍ରପତି
ଟ୍ରକ ଧକ୍କାରେ ସିକ୍ୟୁରିଟି ଗାର୍ଡ ମୃତ
ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜୟପୁର ବ୍ଲକ ଓ ପୌର ପାଳିକାର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ର
‘ଦି ସାବରମତୀ ରିପୋର୍ଟ’ ଦେଖିବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଏକତା

ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରୁ ଅସିତ୍ ତ୍ରିପାଠୀଙ୍କ ଇସ୍ତଫା

0

ଭୁବନେଶ୍ବର: ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅସିତ୍ ତ୍ରିପାଠୀ। ଆଜି ରାଜ୍ୟ ଯୋଜନା ଓ ସଂଯୋଜନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ପଶ୍ଚିମଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଶ୍ରୀ ତ୍ରିପାଠୀଙ୍କ ଇସ୍ତଫାକୁ ଆଜି ରାଜ୍ୟ ସରକାର ଗ୍ରହଣ କରିଛନ୍ତି ।

୨୦୨୦ ମସିହାରୁ ଅସିତ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଦାୟିତ୍ୱରେ ଥିଲେ। କିନ୍ତୁ ନୂଆ ସରକାର ଗଠନ ହେବା ପରେ ଅସିତ ତ୍ରିପାଠୀଙ୍କ ଇସ୍ତଫାକୁ ନେଇ ଚର୍ଚ୍ଚା ହେଉଥିଲା। ଏବେ ସେ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଏହାସହ ପୂର୍ବରୁ ଥିବା ନିଗମ ବା ବୋର୍ଡରୁ ଅନେକ ଅଧ୍ୟକ୍ଷ ସ୍ବଇଚ୍ଛାରେ ଇସ୍ତଫା ଦେଇଥିବା ବେଳେ କିଛି ଅଧ୍ୟକ୍ଷଙ୍କୁ ବିଦା କରାଯାଇଥିଲା। ହେଲେ ସବୁଠାରୁ ଅଧିକ ଚର୍ଚ୍ଚା ଅସିତ ତ୍ରିପାଠୀଙ୍କୁ ନେଇ ଚାଲିଥିଲା।

ଅସିତ ତ୍ରିପାଠୀ ରାଜ୍ୟ ମୁଖ୍ୟ ସଚିବ ଭାବେ ୨୦୨୦ ଡିସେମ୍ବର ୩୧ରେ ଅବସର ନେବା ପୂର୍ବରୁ ତାଙ୍କୁ ପଶ୍ଚିମଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରେ ବିଜେଡି ସରକାର ଥଇଥାନ ପାଇଁ ନିର୍ଦ୍ଦେଶନାମା ଜାରି କରିସାରିଥିଲେ। ସେ ବିଜେଡି ସରକାରଙ୍କ ଫେଭରାଇଟ୍ ଆଇଏଏସ୍ ଭାବେ ପରିଚିତ ଥିଲେ।

Leave A Reply

Your email address will not be published.