ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରୁ ଅସିତ୍ ତ୍ରିପାଠୀଙ୍କ ଇସ୍ତଫା

0

ଭୁବନେଶ୍ବର: ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅସିତ୍ ତ୍ରିପାଠୀ। ଆଜି ରାଜ୍ୟ ଯୋଜନା ଓ ସଂଯୋଜନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ପଶ୍ଚିମଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଶ୍ରୀ ତ୍ରିପାଠୀଙ୍କ ଇସ୍ତଫାକୁ ଆଜି ରାଜ୍ୟ ସରକାର ଗ୍ରହଣ କରିଛନ୍ତି ।

୨୦୨୦ ମସିହାରୁ ଅସିତ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଦାୟିତ୍ୱରେ ଥିଲେ। କିନ୍ତୁ ନୂଆ ସରକାର ଗଠନ ହେବା ପରେ ଅସିତ ତ୍ରିପାଠୀଙ୍କ ଇସ୍ତଫାକୁ ନେଇ ଚର୍ଚ୍ଚା ହେଉଥିଲା। ଏବେ ସେ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଏହାସହ ପୂର୍ବରୁ ଥିବା ନିଗମ ବା ବୋର୍ଡରୁ ଅନେକ ଅଧ୍ୟକ୍ଷ ସ୍ବଇଚ୍ଛାରେ ଇସ୍ତଫା ଦେଇଥିବା ବେଳେ କିଛି ଅଧ୍ୟକ୍ଷଙ୍କୁ ବିଦା କରାଯାଇଥିଲା। ହେଲେ ସବୁଠାରୁ ଅଧିକ ଚର୍ଚ୍ଚା ଅସିତ ତ୍ରିପାଠୀଙ୍କୁ ନେଇ ଚାଲିଥିଲା।

ଅସିତ ତ୍ରିପାଠୀ ରାଜ୍ୟ ମୁଖ୍ୟ ସଚିବ ଭାବେ ୨୦୨୦ ଡିସେମ୍ବର ୩୧ରେ ଅବସର ନେବା ପୂର୍ବରୁ ତାଙ୍କୁ ପଶ୍ଚିମଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରେ ବିଜେଡି ସରକାର ଥଇଥାନ ପାଇଁ ନିର୍ଦ୍ଦେଶନାମା ଜାରି କରିସାରିଥିଲେ। ସେ ବିଜେଡି ସରକାରଙ୍କ ଫେଭରାଇଟ୍ ଆଇଏଏସ୍ ଭାବେ ପରିଚିତ ଥିଲେ।

Leave A Reply

Your email address will not be published.