ପ୍ରମୁଖ ଖବର

ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍‌ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍‌
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍‌ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍‌ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍‌କ୍ରିପସନ୍‌, ଲାଗୁ ହେବ ‘ୱାନ୍‌ ନେସନ, ୱାନ୍‌ ହେଲ୍‌ଥ’

ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୧୦ ମୃତ

0

ମୟୂରଭଞ୍ଜ: ବଜ୍ରପାତରେ ଚାଲିଗଲା ୧୦ ଜଣଙ୍କ ଜୀବନ।ବିଭିନ୍ନ ସ୍ଥାନରେ ବଜ୍ରାପାତରେ ୧୦ ଜଣଙ୍କ ଜୀବନ ଯାଇଥିବାବେଳେ ୧୭ ଜଣ ଆହତ ହୋଇଥିବା ଜଣାପଡ଼ିଛି। ଆଜି ବଜ୍ରପାତରେ ଦମ୍ପତିଙ୍କ ସମେତ ୧୦ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା, ଗଞ୍ଜାମ, ଯାଜପୁର, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାରେ ଏହି ଘଟଣାଗୁଡ଼ିକ ଘଟିଛି। ଆଉ ଅଧିକାଂଶ ବିଲରେ କାମ କରୁଥିବା ବେଳେ ହିଁ ବିଜୁଳି ମାରିଛି

ମୟୂରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ସିଙ୍ଗାରପୁରା ଗାଁରେ ବଜ୍ରାଘାତରେ ସ୍ଵାମୀ ଓ ସ୍ତ୍ରୀ ମୃତ୍ୟୁ ଘଟିଛି। ବିଲରେ କାମ କରୁଥିବା ବେଳେ ବ୍ରଜାଘାତରେ ଚାଲିଗଲା ଉଭୟ ସ୍ୱାମୀ ଓ ସ୍ତ୍ରୀଙ୍କ ଜୀବନ। ମୃତକ ହେଲେ ସିଙ୍ଗାରପୁରା ଗାଁର ଲଚ୍ଛମନ ମୁର୍ମୁ ଓ ସାକର ମୁର୍ମୁ। ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ୍ ବିଜୟନଗର ପଞ୍ଚାୟତ ଗୋବିନ୍ଦପୁର ଗାଁରେ ବଜ୍ରାଘାତରେ ହେମନ୍ତ ବାରିକଙ୍କ ମୃତ୍ୟୁ ଘଟିଥିବା ବେଳେ କାଣ୍ଡଗରଡ଼ି ପଞ୍ଚାୟତର ହିମାଂଶୁ ବାରିକ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଘଟଗାଁ ହରିଚନ୍ଦନପୁର ବ୍ଲକ ଧୁରିଡିଆମ୍ବ ଗାଁରେ ବଜ୍ରାଘାତରେ ଜଣଙ୍କର ମୃତ୍ୟୁ ଘଟିଛି। ଆଗରପଡ଼ା ଥାନା ସାହୁପଡ଼ାରେ ଜଣଙ୍କର ମୃତ୍ୟୁ ଘଟିଛି। ତେଲକୋଇ ଗୁଡ଼ିକଂସରେ ବଜ୍ରାଘାତରେ ୨ଜଣ ମହିଳା ଓ ଜଣେ ଶିଶୁ ଆହତ ହୋଇଥିବା ସୂଚନା ମିଳିଛି।

Leave A Reply

Your email address will not be published.