ପ୍ରମୁଖ ଖବର

୨୦୨୭ରେ ହେବାକୁ ଥିବା ୩୯ତମ ଜାତୀୟ କ୍ରୀଡ଼ା ଆୟୋଜନ ପାଇଁ ହୋଷ୍ଟ ଷ୍ଟେଟ୍ ଏଗ୍ରିମେଣ୍ଟ (HSA) ସ୍ୱାକ୍ଷରିତ
ଓଡ଼ିଶାର ୧୧ ଖଣିଜ ବ୍ଲକ ନିଲାମ ପାଇଁ ପ୍ରକ୍ରିୟା ଆରମ୍ଭ
ଲାଲୁ-ରାବ୍ରୀଙ୍କୁ ବଙ୍ଗଳା ଖାଲି ନୋଟିସ, ରାବ୍ରୀଙ୍କ ଦୃଢ଼ ଜବାବ- ‘ଆମେ ଛାଡ଼ିବୁ ନାହିଁ’
ପୁଅ ଯତିନ୍ଦ୍ରଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପଦ ଦାବି କଲେ ସିଦ୍ଧରମେୟା
‘ଶନିବାରଠାରୁ ଆରମ୍ଭ ହେବ ଏସ୍‌ଆଇଆର୍ କାର୍ଯ୍ୟକ୍ରମ
ସିଦ୍ଧରମେୟାଙ୍କ ଇସ୍ତଫା ଗ୍ରହଣ, ଡିକେ ଶିବକୁମାର ହେବେ ନୂଆ ମୁଖ୍ୟମନ୍ତ୍ରୀ

ମହାପ୍ରଭୁଙ୍କ ଦର୍ଶନ କଲେ ଓ୍ବାଇ ବି ଖୁରାନିଆ

0

ପୁରୀ: ନୂଆ ପୋଲିସ ଡିଜି ଭାବେ କାର୍ଯ୍ୟଭାର ସମ୍ଭାଳିବା ପରେ ଓ୍ବାଇ ବି ଖୁରାନିଆ ସସ୍ତ୍ରୀକ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ ଲାଭ କରିଛନ୍ତି। ଶ୍ରୀମନ୍ଦିର ସିଂହଦ୍ୱାରଠାରେ ପହଞ୍ଚିବା ପରେ ପୁରୀ ଏସ୍‌ପି ଏବଂ ଅନ୍ୟାନ୍ୟ ବରିଷ୍ଠ ପୋଲିସ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ଜଣାଇଥିଲେ। ଏହା ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ଉପରେ ଆଲୋଚନା କରିଥିଲେ।

ସୂଚନାଯୋଗ୍ୟ, ୧୯୯୦ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ଖୁରାନିଆ ହରିୟାଣା ରାଜ୍ୟର ମୂଳବାସିନ୍ଦା। ତାଙ୍କ ଚାକିରି କାଳ ମଧ୍ୟରେ ସେ ସୋନପୁର, ନୟାଗଡ଼, ଯାଜପୁର, ଗଞ୍ଜାମ, ମୟୂରଭଞ୍ଜ, ରାଉରକେଲାର ଆରକ୍ଷୀ ଅଧୀକ୍ଷକ ଭାବେ କାର୍ଯ୍ୟ କରିଛନ୍ତି। ପରେ ସେ ଡିଆଇଜି ଭାବେ ଦକ୍ଷିଣାଞ୍ଚଳ ରେଞ୍ଜ (ବ୍ରହ୍ମପୁର)ରେ କାର୍ଯ୍ୟ କରିଛନ୍ତି।

ସେ କଟକ-ଭୁବନେଶ୍ବର କମିଶନରେଟର ଅତିରିକ୍ତ ପୋଲିସ କମିଶନର ଓ ପୋଲିସ କମିଶନର ଏବଂ ଡିଆଇଜି ଭାବେ ଉତ୍ତରାଞ୍ଚଳ (ସମ୍ବଲପୁର)ରେ କାର୍ଯ୍ୟ କରିଛନ୍ତି। ସେହିପରି ଆଇଜିପି (ଉତ୍ତରାଞ୍ଚଳ, ସମ୍ବଲପୁର), ଆଇଜିପି (ଏସ୍‌ଏପି), ଆଇଜିପି (ଅପରେଶନ), ବିପିଏସ୍‌ପିଏରେ ଆଇଜିପି (ଟ୍ରେନିଂ), ଆଇଜିପି (କ୍ରାଇମବ୍ରାଞ୍ଚ), ଆଇଜିପି (ଭିଜିଲାନ୍ସ) ଭାବେ କାର୍ଯ୍ୟ କରିଥିଲେ। ଏହାପରେ ସେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଭିଜିଲାନ୍ସ), କଟକ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ପ୍ରୋଭିଜନିଂ) ଭାବେ ସଫଳତାର ସହ କାର୍ଯ୍ୟ କରିଛନ୍ତି।

Leave A Reply

Your email address will not be published.