ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ୟୁପିରୁ ଟ୍ରେନରେ ଓଡିଶା ଆସିବ ଆଳୁ

0

ଭୁବନେଶ୍ବର: ଟ୍ରେନରେ ଓଡିଶା ଆସିବ ଆଳୁ। ରାଜ୍ୟରେ ଥମିବାର ନାଁ ନେଉନି ଆଳୁ ସଂକଟ। ବଜାରରୁ ଗାଏବ ହେଲାଣି ଆଳୁ, ଚଢା ଦର ଦେଖି ଖାଉଟି ନିରାଶ । ଏହାରି ଭିତରେ ଓଡ଼ିଶାରେ ଆଳୁ ସଂକଟ ଦୂର ପାଇଁ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିବା ନେଇ ସୂଚନା ରହିଛି। ଉତ୍ତରପ୍ରଦେଶରୁ ଟ୍ରେନ୍‌ରେ ଆଳୁ ଆସିବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି।

ସୂଚନାଯୋଗ୍ୟ ୨ଟି ଟ୍ରେନ୍‌ରେ ଆଳୁ ଆଣିବାକୁ ସରକାର ଯୋଜନା କରୁଛନ୍ତି। ଏ ନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ଯୋଗାଯୋଗ ଚାଲିଛି ବୋଲି ପାତ୍ର କହିଛନ୍ତି। ପୂବର୍ବରୁ ରାଜ୍ୟରେ ଆଳୁ ଦର ହୁ ହୁ ହୋଇ ବଢ଼ୁଥିଲା। କଟକ, ଭୁବନେଶ୍ବର, ବ୍ରହ୍ମପୁର, ବାଲେଶ୍ବର, ସମ୍ବଲପୁର ସବୁଠି ଆଳୁ ଦର ୫୦ ଟଙ୍କା ଟପିଯାଇଥିଲା। କିଛି କିଛି ସ୍ଥାନରେ ମାର୍କେଟରେ ଆଳୁ ମିଳୁନଥିଲା। ବାହାର ରାଜ୍ୟରୁ ଆଳୁ ଆମଦାନୀ ହେଉପାରୁ ନଥିବାରୁ ଓଡ଼ିଶା ବଜାରରେ ଆଳୁ ସଙ୍କଟ ସୃଷ୍ଟି ହୋଇଥିବା କୁହାଯାଉଛି।

ପଶ୍ଚିମବଙ୍ଗରୁ ଆମଦାନୀ ହେଉଥିବା ଆଳୁ ଟ୍ରକଗୁଡ଼ିକ ସବୁ ଅଧା ବାଟରେ ଅଟକି ରହିଥିଲା। ପଶ୍ଚିମବଙ୍ଗରୁ ଆଳୁ ନପହଞ୍ଚିବାରୁ ଓଡ଼ିଶା ବଜାରରେ ଆଳୁ ସଙ୍କଟ ସୃଷ୍ଟି ହୋଇଛି।ଆଳୁ ସଙ୍କଟ ଦୂର ପାଇଁ ଗତ ଅଗଷ୍ଟ ୧୧ରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଟେଲିଫୋନ ଯୋଗେ ମମତାଙ୍କ ସହ ଆଲୋଚନା କରି ଆଳୁ ଯୋଗାଣ ସ୍ବାଭାବିକ କରିବାକୁ ଅନୁରୋଧ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପୂର୍ବରୁ ଦିଲ୍ଲୀରେ ନୀତି ଆୟୋଗ ବୈଠକ ବେଳେ ଦୁଇ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ପରେ ଓଡ଼ିଶାକୁ ଆଳୁ ଯୋଗାଣ ସ୍ବାଭାବିକ ହୋଇଥିଲା। ମାତ୍ର ଏହାର କିଛି ଦିନ ପରେ ପୁଣି ଆଳୁ ଯୋଗାଣ ସମସ୍ୟା ସୃଷ୍ଟି ହୋଇଥିଲା।

Leave A Reply

Your email address will not be published.