ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ୟୁପିରୁ ଟ୍ରେନରେ ଓଡିଶା ଆସିବ ଆଳୁ

0

ଭୁବନେଶ୍ବର: ଟ୍ରେନରେ ଓଡିଶା ଆସିବ ଆଳୁ। ରାଜ୍ୟରେ ଥମିବାର ନାଁ ନେଉନି ଆଳୁ ସଂକଟ। ବଜାରରୁ ଗାଏବ ହେଲାଣି ଆଳୁ, ଚଢା ଦର ଦେଖି ଖାଉଟି ନିରାଶ । ଏହାରି ଭିତରେ ଓଡ଼ିଶାରେ ଆଳୁ ସଂକଟ ଦୂର ପାଇଁ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିବା ନେଇ ସୂଚନା ରହିଛି। ଉତ୍ତରପ୍ରଦେଶରୁ ଟ୍ରେନ୍‌ରେ ଆଳୁ ଆସିବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି।

ସୂଚନାଯୋଗ୍ୟ ୨ଟି ଟ୍ରେନ୍‌ରେ ଆଳୁ ଆଣିବାକୁ ସରକାର ଯୋଜନା କରୁଛନ୍ତି। ଏ ନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ଯୋଗାଯୋଗ ଚାଲିଛି ବୋଲି ପାତ୍ର କହିଛନ୍ତି। ପୂବର୍ବରୁ ରାଜ୍ୟରେ ଆଳୁ ଦର ହୁ ହୁ ହୋଇ ବଢ଼ୁଥିଲା। କଟକ, ଭୁବନେଶ୍ବର, ବ୍ରହ୍ମପୁର, ବାଲେଶ୍ବର, ସମ୍ବଲପୁର ସବୁଠି ଆଳୁ ଦର ୫୦ ଟଙ୍କା ଟପିଯାଇଥିଲା। କିଛି କିଛି ସ୍ଥାନରେ ମାର୍କେଟରେ ଆଳୁ ମିଳୁନଥିଲା। ବାହାର ରାଜ୍ୟରୁ ଆଳୁ ଆମଦାନୀ ହେଉପାରୁ ନଥିବାରୁ ଓଡ଼ିଶା ବଜାରରେ ଆଳୁ ସଙ୍କଟ ସୃଷ୍ଟି ହୋଇଥିବା କୁହାଯାଉଛି।

ପଶ୍ଚିମବଙ୍ଗରୁ ଆମଦାନୀ ହେଉଥିବା ଆଳୁ ଟ୍ରକଗୁଡ଼ିକ ସବୁ ଅଧା ବାଟରେ ଅଟକି ରହିଥିଲା। ପଶ୍ଚିମବଙ୍ଗରୁ ଆଳୁ ନପହଞ୍ଚିବାରୁ ଓଡ଼ିଶା ବଜାରରେ ଆଳୁ ସଙ୍କଟ ସୃଷ୍ଟି ହୋଇଛି।ଆଳୁ ସଙ୍କଟ ଦୂର ପାଇଁ ଗତ ଅଗଷ୍ଟ ୧୧ରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଟେଲିଫୋନ ଯୋଗେ ମମତାଙ୍କ ସହ ଆଲୋଚନା କରି ଆଳୁ ଯୋଗାଣ ସ୍ବାଭାବିକ କରିବାକୁ ଅନୁରୋଧ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପୂର୍ବରୁ ଦିଲ୍ଲୀରେ ନୀତି ଆୟୋଗ ବୈଠକ ବେଳେ ଦୁଇ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ପରେ ଓଡ଼ିଶାକୁ ଆଳୁ ଯୋଗାଣ ସ୍ବାଭାବିକ ହୋଇଥିଲା। ମାତ୍ର ଏହାର କିଛି ଦିନ ପରେ ପୁଣି ଆଳୁ ଯୋଗାଣ ସମସ୍ୟା ସୃଷ୍ଟି ହୋଇଥିଲା।

Leave A Reply

Your email address will not be published.