ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ବଜ୍ରପାତରେ ମୃତ୍ୟୁ ବରଣ କରିଥିବା ପରିବାରକୁ ମିଳିବ ସହାୟତା

0

ଭୁବନେଶ୍ବର: ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୧୦ ରୁ ଅଧିକ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ବଜ୍ରପାତ ଜନିତ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ଲୋକଙ୍କୁ ମୁଖ୍ୟମନ୍ତ୍ରୀ ସହାୟତା ରାଶି ଘୋଷଣା କରିଛନ୍ତି। ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଯୋଗାଇ ଦିଆଯିବା ସହ ଆହତମାନଙ୍କ ଚିକିତ୍ସା ରାଜ୍ୟ ସରକାର କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମିଳିଥିବା ସୂଚନା ମୁତାବକ ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ମେର୍ଦ୍ଦା ପଞ୍ଚାୟତ ସିଙ୍ଗାରପୁର ଗ୍ରାମରେ ବଜ୍ରପାତ ଘଟି ଲଛମନ ଏବଂ ତାଙ୍କ ସ୍ତ୍ରୀ ଶାକରଙ୍କ ମୃତ୍ୟୁ ଘଟିଛି। ଉଭୟ ବିଳରେ କାମ କରୁଥିବା ବେଳେ ବଜ୍ରପାତ ଘଟିଥିଲା। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ବେତନଟୀ ଡାକ୍ତରଖାନା ଆଣିଥିଳେ। ସେଠାରେ ଡାକ୍ତର ଦମ୍ପତିଙ୍କୁ ମୃତ ଘୋଷଣା କରିଥିଲେ। ବୈଶିଙ୍ଗା ପୋଲିସ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.