ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ବଜ୍ରପାତରେ ମୃତ୍ୟୁ ବରଣ କରିଥିବା ପରିବାରକୁ ମିଳିବ ସହାୟତା

0

ଭୁବନେଶ୍ବର: ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୧୦ ରୁ ଅଧିକ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ବଜ୍ରପାତ ଜନିତ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ଲୋକଙ୍କୁ ମୁଖ୍ୟମନ୍ତ୍ରୀ ସହାୟତା ରାଶି ଘୋଷଣା କରିଛନ୍ତି। ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଯୋଗାଇ ଦିଆଯିବା ସହ ଆହତମାନଙ୍କ ଚିକିତ୍ସା ରାଜ୍ୟ ସରକାର କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମିଳିଥିବା ସୂଚନା ମୁତାବକ ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ମେର୍ଦ୍ଦା ପଞ୍ଚାୟତ ସିଙ୍ଗାରପୁର ଗ୍ରାମରେ ବଜ୍ରପାତ ଘଟି ଲଛମନ ଏବଂ ତାଙ୍କ ସ୍ତ୍ରୀ ଶାକରଙ୍କ ମୃତ୍ୟୁ ଘଟିଛି। ଉଭୟ ବିଳରେ କାମ କରୁଥିବା ବେଳେ ବଜ୍ରପାତ ଘଟିଥିଲା। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ବେତନଟୀ ଡାକ୍ତରଖାନା ଆଣିଥିଳେ। ସେଠାରେ ଡାକ୍ତର ଦମ୍ପତିଙ୍କୁ ମୃତ ଘୋଷଣା କରିଥିଲେ। ବୈଶିଙ୍ଗା ପୋଲିସ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.