ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ଗିରଫ ହେଲେ ଆସିଷ୍ଟାଣ୍ଟ କମିଶନର ବିନୟ ଭୂଷଣ ତ୍ରିପାଠୀ

0

ଯାଜପୁର: ବନ୍ଧାହେଲେ ଆସିଷ୍ଟାଣ୍ଟ କମିଶନର ବିନୟ ଭୂଷଣ ତ୍ରିପାଠୀ। ଯାଜପୁର ସିଟି ଏବଂ ଜିଏସଟି ଏନ୍‌ଫୋର୍ସମେଣ୍ଟ ଆସିଷ୍ଟାଣ୍ଟ କମିଶନରଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ଏହାସହିତ ବିନୟଙ୍କ ୨ ବ୍ୟକ୍ତିଗତ ସହଯୋଗୀଙ୍କୁ ମଧ୍ୟ ଗିରଫ କରିଛି ଭିଜିଲାନ୍ସ ବିଭାଗ। ସରକାରୀ ଟିକସ ହେର୍‌ଫେର୍‌ ଅଭିଯୋଗରେ ଶନିବାର ବିନୟଙ୍କ ଘରେ ଚଢାଉ କରିଥିବା ବେଳେ ଆଜି ତାଙ୍କୁ ଗିରଫ କରିଛି ଭିଜିଲାନ୍ସ।

ଜଣେ ଡିଲର୍‌ ଠାରୁ ଜବତ ସ୍କ୍ରାପ୍‌କୁ ଅନ୍ୟତ୍ର ବିକ୍ରି କରିଥିବା ମଧ୍ୟ ଅଭିଯୋଗ ହୋଇଥିଲା। ପ୍ରାୟ ୫.୮୫ ଲକ୍ଷ ରାଜସ୍ୱ ହେରଫେର କରିଥିବା ଜଣାପଡ଼ିବାରୁ ଭିଜିଲାନ୍ସ ଏକ ଟିମ୍ ବିନୟଙ୍କ ଭୁବନେଶ୍ବର, ଖୋର୍ଦ୍ଧା ସମେତ ୫ଟି ସ୍ଥାନରେ ଭିଜିଲାନ୍ସର ୫ଟି ଟିମ୍‌ ଏକକାଳୀନ ଚଢ଼ାଉ କରିଥିଲା। ବିନୟ ଭୂଷଣଙ୍କର ଭୁବନେଶ୍ୱର ୟୁନିଟ ୨ରେ ଥିବା କ୍ୱାର୍ଟର୍ସ ଓ ଖୋର୍ଦ୍ଧାରେ ଥିବା ପୈତୃକ ଘର ସମେତ ୫ଟି ସ୍ଥାନରେ ଚଢାଉ କରିବା ବେଳେ ବିଭିନ୍ନ କମ୍ପାନୀର କିଛି ଡକ୍ୟୁମେଣ୍ଟ ଓ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଜବତ କରାଯାଇଥିଲା।

ସୂଚନା ଅନୁସାରେ, ତ୍ରିପାଠୀ ଗତ ମେ’ ୭ ତାରିଖ ଅପରାହ୍ନ ପ୍ରାୟ ୧ଟାରେ ସ୍କ୍ରାପ୍‌ ବୋଝେଇ ହୋଇ ଯାଉଥିବା ଏକ ଗାଡ଼ିକୁ ଯାଜପୁର ରେଭେଣାଠାରେ ଅଟକାଇଥିଲେ। ଉକ୍ତ ଗାଡ଼ିରେ ଆନୁମାନିକ ୮,୮୯,୬୦୦ ଟଙ୍କାର ପ୍ରାୟ ୨୨,୨୪୦ କେଜି ସ୍କ୍ରାପ୍‌ ବୋଝେଇ ହୋଇଥିଲା। ଗାଡ଼ି ସହ ସ୍କ୍ରାପ୍‌କୁ ଜବତ କରାଯାଇଥିଲା। ଏହାପରେ ତ୍ରିପାଠୀ ସ୍କ୍ରାପ୍‌ ସାମଗ୍ରୀଗୁଡ଼ିକର ମାଲିକଙ୍କ ସହ ଯୋଗାଯୋଗ କରିଥିଲେ। ଏହି ସ୍କ୍ରାପ ପରିବହନ ନିମନ୍ତେ ୩,୨୦,୦୦୦ ଟଙ୍କାର ଟ୍ୟାକ୍ସ ଦାଖଲ କରିବାକୁ କହିଥିଲେ।

ଅପରପକ୍ଷରେ ଗାଡ଼ି ଓ ସ୍କ୍ରାପ୍‌ ସାମଗ୍ରୀଗୁଡ଼ିକୁ ଛାଡ଼ି ଦେବା ପାଇଁ ବେଆଇନ ଭାବେ ୨,୫୦,୦୦୦ ଟଙ୍କା ସେ ମାଲିକଙ୍କଠାରୁ ଦାବି କରିଥିଲେ। ମାତ୍ର ଲାଞ୍ଚ ଅର୍ଥ ନ ମିଳିବାରୁ ଜିଏସ୍‌ଟି ଆଇନ୍‌କୁ ଉଲ୍ଲଂଘନ କରି ତ୍ରିପାଠୀ ଆଉ ଜଣେ ସ୍କ୍ରାପ୍‌ ଡିଲରଙ୍କୁ ଜବତ ହୋଇଥିବା ସମସ୍ତ ସ୍କ୍ରାପ୍‌ ବିକି ଟ୍ୟାକ୍ସ ଦେଇଦେଲେ। ଏହାପରେ ବାକି ୫,୮୫,୩୫୬ ଟଙ୍କାକୁ ହେର୍‌ଫେର୍‌ କରିଦେଲେ। ଏହିପରି ଭାବରେ ତ୍ରିପାଠୀ ଅନ୍ୟାନ୍ୟ ପରିବହନ ସଂସ୍ଥାଠାରୁ ଟ୍ୟାକ୍ସ ଛାଡ଼ କରିଦେବା ଆଳରେ ବହୁ ଲାଞ୍ଚ ଅର୍ଥ ଆଦାୟ କରୁଥିବା ଭିଜିଲାନ୍ସ ଜାଣିବାକୁ ପାଇଥିଲା।

Leave A Reply

Your email address will not be published.