ପ୍ରମୁଖ ଖବର

ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍‌ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍‌
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍‌ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍‌ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍‌କ୍ରିପସନ୍‌, ଲାଗୁ ହେବ ‘ୱାନ୍‌ ନେସନ, ୱାନ୍‌ ହେଲ୍‌ଥ’

ଶ୍ରୀମନ୍ଦିରରେ ଭକ୍ତଙ୍କୁ ମିଳିବ ମାଗଣା ମହାପ୍ରସାଦ : ପୃଥ୍ୱୀରାଜ ହରିଚନ୍ଦନ

0

ପୁରୀ: ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀକ୍ଷେତ୍ର ଆସୁଥିବା ଶ୍ରଦ୍ଧାଳୁଙ୍କୁ ମିଳିବ ମାଗଣା ମହାପ୍ରସାଦ। ଦୈନିକ ପ୍ରାୟ ୮୦ ହଜାରରୁ ଏକ ଲକ୍ଷ ଭକ୍ତଙ୍କ ପାଇଁ ମାଗଣା ଅବଢା ଯୋଗାଇବା ଦିଗରେ ବିଚାରବିମର୍ଶ ଜାରି ରହିଛି। ଏଥିପାଇଁ ଦାତାମାନଙ୍କ ସହ ଆଲୋଚନା କରାଯାଉଛି ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଗତକାଲି ଶ୍ରୀମନ୍ଦିର ମୁଖ୍ୟ କାର୍ଯ୍ୟାଳୟରେ ରଥ ନିର୍ମାଣରେ ନିୟୋଜିତ ସେବାୟତଙ୍କୁ ସମ୍ବର୍ଦ୍ଧିତ କରିବା ଅବସରରେ ଆଇନ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।

ମନ୍ତ୍ରୀ କହିଛନ୍ତି, ଏଣିକି ରଥ ନିର୍ମାଣ କରୁଥିବା ସେବକଙ୍କୁ ରାଜ୍ୟ ସରକାର ରଥଯାତ୍ରା ପରେ ପ୍ରତି ବର୍ଷ ସମ୍ବର୍ଦ୍ଧିତ କରିବେ। ଆସନ୍ତାବର୍ଷଠାରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ଅୟୋଜନ କରାଯିବ। ପୂଜ୍ୟପୂଜାର ସମ୍ମାନ ହେଉଛି ଆମ ମାଟିର ସଂସ୍କୃତି ଯେଉଁମାନେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପାଇଁ ରଥ ନିର୍ମାଣ କରୁଛନ୍ତି ସେହି ସେବକଙ୍କୁ ସମ୍ମାନ ଦେବା ନିଶ୍ଚିତ ବହୁତ୍ ଗର୍ବର ବିଷୟ।
ଏହା ସହିତ ଆଇନ ମନ୍ତ୍ରୀ ଆହୁରି କହିଛନ୍ତି, ପୁରୀରେ ଶ୍ରୀଜଗନ୍ନାଥ ସଂସ୍କୃତିକୁ ନେଇ ଏକ ବ୍ୟାଖ୍ୟାନ କେନ୍ଦ୍ର ଖୋଲାଯିବ। ସେଠାରେ ଜଗନ୍ନାଥ ମନ୍ଦିରର ସମ୍ପୂର୍ଣ୍ଣ ନୀତିକାନ୍ତି, ବ୍ୟବସ୍ଥାବଳୀ ଓ ଜଗନ୍ନାଥ ସଂସ୍କୃତି ବିଷୟରେ ଭକ୍ତଙ୍କୁ ତଥ୍ୟ ଦିଆଯିବ।

ରତ୍ନଭଣ୍ଡାର ପ୍ରସଙ୍ଗରେ ପ୍ରତିକ୍ରିୟା ରଖି ଆଇନମନ୍ତ୍ରୀ କହିଛନ୍ତି, ଏହାର ମରାମତି ନେଇ ମାର୍ଗଦର୍ଶିକା ପ୍ରସ୍ତୁତ ହୋଇସାରିଛି। ଯଥାଶୀଘ୍ର ଭିତର ରତ୍ନଭଣ୍ଡାର ସିନ୍ଧୁକ ସ୍ଥାନାନ୍ତରଣ ସହ ମରାମତି କାର୍ଯ୍ୟ ଓ ଗଣତି ମଣତି ଆରମ୍ଭ ହେବ।

Leave A Reply

Your email address will not be published.