ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଥାଇଲ୍ୟାଣ୍ଡର ୩୧ତମ ପ୍ରଧାନମନ୍ତ୍ରୀ ହେଲେ ପାଇତୋଙ୍ଗତାର୍ନ ଶିନାବାତ୍ରା

0

ଥାଇଲ୍ୟାଣ୍ଡ: ଥାଇଲ୍ୟାଣ୍ଡର ୩୧ତମ ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଛନ୍ତି ପାଇତୋଙ୍ଗତାର୍ନ ଶିନାବାତ୍ରା। ମାତ୍ର ୩୭ ବର୍ଷ ବୟସରେ ଥାଇଲାଣ୍ଡର ପ୍ରଧାନମନ୍ତ୍ରୀ ଗାଦି ସମ୍ଭାଳିଛନ୍ତି । ପୂର୍ବତନ ପ୍ରଧାନମନ୍ତ୍ରୀ ଥାକସିନ ଶିନାବାତ୍ରାଙ୍କ ସବୁଠାରୁ ସାନ ଝିଅ ହେଲେ ୩୭ ବର୍ଷିୟ ଶିନାବାତ୍ରା। ୩୧୯ସାଂସଦ ତାଙ୍କୁ ସମର୍ଥନ କରିଛନ୍ତି। ସେ ଏହି ପଦବୀରେ ଅବସ୍ଥାପିତ ହେବାକୁ ଥିବା ସର୍ବ କନିଷ୍ଠ ପ୍ରଧାନମନ୍ତ୍ରୀ। ସେ ଦେଶର ଦ୍ୱିତୀୟ ମହିଳା ପ୍ରଧାନମନ୍ତ୍ରୀ ହେବେ ଏବଂ ଶ୍ରେଥା ଥାଓ୍ବିସିନଙ୍କ ଉତ୍ତରାଧିକାରୀ।

ଗତ ଶୁକ୍ରବାର ପାଇତୋଙ୍ଗତାର୍ନ ଥାଇଲାଣ୍ଡ ସଂସଦର ମଞ୍ଜୁରୀ ପରେ ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତ ହୋଇଛନ୍ତି। ଥାଇଲ୍ୟାଣ୍ଡ ସୁପ୍ରିମକୋର୍ଟ ଦୁଇ ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ଶ୍ରେଥା ଥାଭିସିନଙ୍କୁ ପଦରୁ ବହିଷ୍କାର କରିଥିଲେ। ଶେଥ୍ରା ଜଣେ ପୂର୍ବତନ ଅପରାଧୀଙ୍କୁ କ୍ୟାବିନେଟରେ ନିଯୁକ୍ତ ଦେବାରୁ ଏହାକୁ ନୈତିକ ନିୟମ ଉଲ୍ଲଂଘନ ଦର୍ଶାଇ ସୁପ୍ରିମକୋର୍ଟ ତାଙ୍କୁ ବହିଷ୍କାର କରିଛନ୍ତି।

ଶିନାବାତ୍ରା ହେବେ ଦେଶର ସର୍ବକନିଷ୍ଠ ପ୍ରଧାନମନ୍ତ୍ରୀ। କେବଳ ତାଙ୍କ ବାପା ନୁହନ୍ତି, ଶିନାବାତ୍ରା ପରିବାରର ସେ ହେଉଛନ୍ତି ଚତୁର୍ଥ ସଦସ୍ୟ ଯିଏକି ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ଏହା ପୂର୍ବରୁ ତାଙ୍କ ଖୁଡ଼ି ଏବଂ ଦାଦା ଶ୍ୱଶୁର ମଧ୍ୟ ଥାଇଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ହୋଇଥିଲେ।

Leave A Reply

Your email address will not be published.