ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ରାଜ୍ୟରେ ୨୦ ଯାଏ ପ୍ରବଳ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ଦକ୍ଷିଣ ବଙ୍ଗଲାଦେଶ ଓ ତତସଲଗ୍ନ ଅଂଚଳରେ ସକ୍ରିୟ ରହିଛି ସଦୃଶ ଲଘୁଚାପ। ଯାହା ପରବର୍ତୀ ମୁହୁର୍ତରେ ଅଧିକ ଘନୀଭୂତ ହୋଇ ଉତ୍ତର ଉତ୍ତର ପଶ୍ଚିମ ଦିଗକୁ ଗତି କରି ବେଲମାର୍କ ଲୋ ପ୍ରେସର ରେ ପରିଣତ ହେବ। ୧୯ ତାରିଖ ବେଳକୁ ଏହା ବେଲମାର୍କ ଲୋ ପ୍ରେସର ପରିଣତ ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ।

ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ଅନେକ ଜିଲ୍ଲାରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ କାଁଭାଁ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି। ପ୍ରବଳ ବର୍ଷା ଅର୍ଥାତ୍ ୭ ରୁ ୨୦ ସେମି ବର୍ଷା ପାଇଁ ଯାଜପୁର, ଭଦ୍ରକ,ବାଲେଶ୍ୱର, ମୟୁରଭଞ୍ଜ ,କେନ୍ଦୁଝର , ସୁନ୍ଦରଗଡ, ନବରଙ୍ଗପୁର , ରାୟଗଡା, ଗଜପତି, ଗଂଜାମ ,କୋରାପୁଟ ଓ କଳାହାଣ୍ଡିକୁ ୟଲୋ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ଆସନ୍ତାକାଲି ପାଇଁ କେନ୍ଦୁଝର, ସୁନ୍ଦରଗଡ, ସମ୍ବଲପୁର, ଦେଓଗଡ ଓ ଝାରସୁଗୁଡା ଏହି ୫ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଉଏଲ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ। ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୨୧ ରୁ କମିବ ପ୍ରଭାବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୬୬୮.୫ ମିମି ବର୍ଷା ରେକର୍ଡ ହୋଇଛି। ଏବେବି ୧୧ ପ୍ରତିଶତ ନିଅଁଟିଆ ବର୍ଷା ରହିଛି। ୭୭୨.୮ ମିମି ବର୍ଷା ସ୍ୱାଭାବିକ ରହିବା କଥା। ୩ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ଓ ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା କରାଯାଇଛି।

ସେପଟେ ଗତ ୨୪ ଘଂଟାରେ ସାରା ରାଜ୍ୟରେ ହାଲୁକରୁ ମାଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ଯାଜପୁର ଦାନଗଦିରେ ସର୍ବାଧିକ ୬୧.୦୦ ମିମି ବର୍ଷା ରେକର୍ଡ କରାଯାଇଛି।

Leave A Reply

Your email address will not be published.