ପ୍ରମୁଖ ଖବର

କଟକ ମଙ୍ଗୁଳି ନିକଟରୁ ବିପୁଳ ପରିମାଣକର ବ୍ରାଉନସୁଗାର ଜବତ
ବାତ୍ୟା ମୋନ୍ଥା ପାଇଁ ଆସନ୍ତାକାଲି ନନ୍ଦନକାନନ ବନ୍ଦ
ଅମ୍ବାଲା ବାୟୁସେନା ଘାଟିରୁ ରାଫେଲ ଉଡ଼ାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ମଙ୍ଗଳବାର ରାତିରେ ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ବାତ୍ୟା ମୋନ୍ଥା
୮ମ ବେତନ କମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
ବାତ୍ୟା ‘ମୋନ୍ଥା’ର ପ୍ରଭାବ: ୫ ଜିଲ୍ଲା ରେଡ୍ ଓ ୬ ଜିଲ୍ଲା ଅରେଞ୍ଜ ଆଲର୍ଟ ଜାରି
ପୁରୀରେ ଲାଇଫଗାର୍ଡଙ୍କୁ ଚପଲରେ ପିଟିଲେ ମହିଳା
ବାତ୍ୟା ଡ୍ୟୁଟି ବେଳେ ଯୋଗାଣ ସହାୟକଙ୍କ ମୃତ୍ୟୁ
ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ପରବର୍ତ୍ତି ମୁଖ୍ୟ ବିଚାରପତି

ରାଜ୍ୟରେ ୨୦ ଯାଏ ପ୍ରବଳ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ଦକ୍ଷିଣ ବଙ୍ଗଲାଦେଶ ଓ ତତସଲଗ୍ନ ଅଂଚଳରେ ସକ୍ରିୟ ରହିଛି ସଦୃଶ ଲଘୁଚାପ। ଯାହା ପରବର୍ତୀ ମୁହୁର୍ତରେ ଅଧିକ ଘନୀଭୂତ ହୋଇ ଉତ୍ତର ଉତ୍ତର ପଶ୍ଚିମ ଦିଗକୁ ଗତି କରି ବେଲମାର୍କ ଲୋ ପ୍ରେସର ରେ ପରିଣତ ହେବ। ୧୯ ତାରିଖ ବେଳକୁ ଏହା ବେଲମାର୍କ ଲୋ ପ୍ରେସର ପରିଣତ ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ।

ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ଅନେକ ଜିଲ୍ଲାରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ କାଁଭାଁ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି। ପ୍ରବଳ ବର୍ଷା ଅର୍ଥାତ୍ ୭ ରୁ ୨୦ ସେମି ବର୍ଷା ପାଇଁ ଯାଜପୁର, ଭଦ୍ରକ,ବାଲେଶ୍ୱର, ମୟୁରଭଞ୍ଜ ,କେନ୍ଦୁଝର , ସୁନ୍ଦରଗଡ, ନବରଙ୍ଗପୁର , ରାୟଗଡା, ଗଜପତି, ଗଂଜାମ ,କୋରାପୁଟ ଓ କଳାହାଣ୍ଡିକୁ ୟଲୋ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ଆସନ୍ତାକାଲି ପାଇଁ କେନ୍ଦୁଝର, ସୁନ୍ଦରଗଡ, ସମ୍ବଲପୁର, ଦେଓଗଡ ଓ ଝାରସୁଗୁଡା ଏହି ୫ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଉଏଲ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ। ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୨୧ ରୁ କମିବ ପ୍ରଭାବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୬୬୮.୫ ମିମି ବର୍ଷା ରେକର୍ଡ ହୋଇଛି। ଏବେବି ୧୧ ପ୍ରତିଶତ ନିଅଁଟିଆ ବର୍ଷା ରହିଛି। ୭୭୨.୮ ମିମି ବର୍ଷା ସ୍ୱାଭାବିକ ରହିବା କଥା। ୩ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ଓ ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା କରାଯାଇଛି।

ସେପଟେ ଗତ ୨୪ ଘଂଟାରେ ସାରା ରାଜ୍ୟରେ ହାଲୁକରୁ ମାଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ଯାଜପୁର ଦାନଗଦିରେ ସର୍ବାଧିକ ୬୧.୦୦ ମିମି ବର୍ଷା ରେକର୍ଡ କରାଯାଇଛି।

Leave A Reply

Your email address will not be published.