ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ରାଜ୍ୟରେ ବଜ୍ରପାତରେ ୬ ମୃତ, ମୃତକଙ୍କ ଆତ୍ମୀୟଙ୍କୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ଘଟି ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

ବର୍ତ୍ତମାନ ସୁଦ୍ଧା ପ୍ରାପ୍ତ ସୂଚନା ଅନୁଯାୟୀ କେନ୍ଦ୍ରାପଡ଼ା ଜିଲ୍ଲାରେ ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ବାଲେଶ୍ୱର , ଭଦ୍ରକ, ଯାଜପୁର ଓ ସୁବର୍ଣ୍ଣପୁର ଜିଲ୍ଲାରେ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ବଜ୍ରପାତ ଯୋଗୁଁ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରିବା ସହିତ ସେମାନଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି କହିଛନ୍ତି ।

ସୂଚନାଯୋଗ୍ୟ ଯେ ଗତକାଲି ମଧ୍ୟ ବଜ୍ରପାତରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିଲା। ଦୁଇ ଦିନରେ ବଜ୍ରପାତରେ ୧୬ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନେକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୃତକଙ୍କ ପାଇଁ ଶୋକ ପ୍ରକାଶ କରିବା ସହିତ ସହାୟତା ଘୋଷଣା କରିଛନ୍ତି ଓ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Leave A Reply

Your email address will not be published.